ବର୍ଷକରେ ବନ୍ଦ ହୋଇଛି ୫୫୦୦ ଏଟିଏମ୍‌, ୬୦୦ ଶାଖା

ନୂଆଦିଲ୍ଲୀ,୨୩-୮: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଖର୍ଚ୍ଚ କମାଇବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେମାନେ ବଡ଼ ସହରରେ ନିଜର ଏଟିଏମ୍‌ ଓ ଶାଖା ବନ୍ଦ କରୁଛନ୍ତି। ସହରବାସୀ ଏବେ ଅଧିକ ସଂଖ୍ୟାରେ ଡିଜିଟାଲ ବ୍ୟାଙ୍କିଙ୍ଗ ଆଡ଼କୁ ଆକୃଷ୍ଟ ହେବା ବଡ଼ କାରଣ ବୋଲି ଦର୍ଶାଯାଉଛି। ଗତ ବର୍ଷକ ମଧ୍ୟରେ ସବୁଠାରୁ ଅଧିକ ଶାଖା ଥିବା ଦେଶର ଶୀର୍ଷ ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୋଟ୍‌ରେ ୫୫୦୦ ନିଜର ଏଟିଏମ୍‌ ଓ ୬୦୦ ଶାଖାକୁ ବନ୍ଦ କରିଦେଇଛନ୍ତି। ବ୍ୟାଙ୍କଗୁଡ଼ିକର ତ୍ରୈମାସିକ ଫଳାଫଳ ବିଶ୍ଲେଷଣରୁ ଏହା ଜଣାପଡିଛି। ଏଥିରୁ ଜଣାପଡିଛି ଯେ, ଗତବର୍ଷ ଜୁନ୍‌ରୁ ଚଳିତବର୍ଷ ଜୁନ୍‌ ମଧ୍ୟରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ସର୍ବାଧିକ ୪୨୦ ଶାଖା ଏବଂ ୭୬୮ ଏଟିଏମ୍‌ ବନ୍ଦ କରିଛି। ସେହିପରି ଦେନା ବ୍ୟାଙ୍କ ଏବଂ ବିଜୟା ବ୍ୟାଙ୍କକୁ ମିଶାଇବା ପରେ ବ୍ୟାଙ୍କ ଅଫ୍‌ ବରୋଦା ମୋଯ ୪୦ ଶାଖା ଏବଂ ୨୭୪ ଏଟିଏମ୍‌ ବନ୍ଦ କରିଦେଇଛି। ଏହି ତାଲିକାରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, କାନାଡା ବ୍ୟାଙ୍କ, ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କ, ୟୁନିୟନ ବ୍ୟାଙ୍କ ଏବଂ ଆଲ୍ଲାହାବାଦ୍‌ ବ୍ୟାଙ୍କ ସାମିଲ ହୋଇଛି। ଖର୍ଚ୍ଚ କମାଇବାକୁ ଯାଇ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଗୋଟିଏ ପଟେ ନିଜର ନେଟ୍‌ଓ୍ବର୍କ ହ୍ରାସ କରୁଥିବା ବେଳେ ଘରୋଇ ବ୍ୟାଙ୍କ ଆକ୍ସିସ୍‌ ବ୍ୟାଙ୍କ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଓ ଆଇସିଆଇସିଆଇ ବ୍ୟାଙ୍କ ନିଜର କାୟା ବିସ୍ତାର କରିଚାଲିଛନ୍ତି। ସେମାନେ ସହରାଞ୍ଚଳରେ ନିଜର ନେଟ୍‌ଓ୍ବର୍କ ବଢ଼ାଉଥିବା ଆର୍‌ବିଆଇ ତଥ୍ୟରୁ ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri