ବର୍ଷା ଅଭାବ : ଚାଷକାର୍ଯ୍ୟ ପ୍ରଭାବିତ, ଚିନ୍ତାରେ ଚାଷୀ

ହିଞ୍ଜିଳିକାଟୁ,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହଞ୍ଜିଳିକାଟୁ ବ୍ଲକ ଓ ମ୍ୟୁନିସପାଲଟି ଅଞ୍ଚଳରେ ଜୁନ୍‌ରୁ ମୌସୁମୀ ବର୍ଷା ଆଶା ଠାରୁ ଯଥେଷ୍ଟ କମ୍‌ ହୋଇଛି। ଅନିୟମିତ ବର୍ଷା ଫଳରେ ମୁଖ୍ୟତଃ ଖରିଫ ଧାନଚାଷ ଉପରେ ନିର୍ଭର କରୁଥିବା ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଅକ୍ଷୟ ତୃତୀୟାଠାରୁ ଅଖିମୁଠି ଅନୁକୂଳ ଓ ରଜପର୍ବ ବେଳକୁ ଧାନବୁଣା ଶେଷ ହେବା କଥା। ମାତ୍ର ଅଣସେଚିତ ଜମିରେ ଏବେସୁଦ୍ଧା ଧାନବୁଣା ହୋଇନାହିଁ। ବ୍ଲକରେ ଜୁନ୍‌ରେ ମାତ୍ର ୧୦୬ମିମି ବର୍ଷା ରେକର୍ଡ଼ ହୋଇଥିଲା। ଜୁଲାଇ ୯ ତାରିଖ ସୁଦ୍ଧା ୫୫.୫ ମିମି ବର୍ଷା ସରକାରୀ ରେକର୍ଡ଼ ହୋଇଛି। ଗତ ୬ ତାରିଖରେ ବ୍ଲକରେ ସର୍ବାଧିକ ୪୩ ମିମି ବର୍ଷା ହୋଇଛି। ଗତବର୍ଷ ଜୁଲାଇରେ ୯ ତାରିଖ ସୁଦ୍ଧା ୧୧୩ମିମି ବର୍ଷା ରେକର୍ଡ଼ ହୋଇଥିଲା। ଅନିୟମିତ ବର୍ଷା ଓ ଅଣସେଚିତ ଜମିକୁ ପାଣି ଅଭାବରୁ ବହୁ ଜମି ପଡ଼ିଆ ପଡ଼ିଛି। ଚଳିତବର୍ଷ ବ୍ଲକ ଓ ପୌରାଞ୍ଚଳରେ ୯୭୪୦ ହେକ୍ଟର ଜମିରେ ଖରିଫ ଧାନଚାଷ ଲକ୍ଷ୍ୟ କରାଯାଇଥିବା ଅତିରିକ୍ତ ସହକାରୀ କୃଷି ଅଧିକାରୀ ପ୍ରଶାନ୍ତ କୁମାର ନାଥ କହିଛନ୍ତି। ସେଥିମଧ୍ୟରୁ ୫୦ ହେକ୍ଟର ଜମିରେ ଅଧିକ ଅମଳକ୍ଷମ ଓ ୯୬୯୦ ହେକ୍ଟର ଜମିରେ ହାଇବ୍ରିଡ୍‌ ଅମଳକ୍ଷମ ଧାନ ପାଇଁ ଲକ୍ଷ୍ୟ କରାଯାଇଛି। ମାୈସୁମୀ ବର୍ଷାଜଳ ଅଭାବରୁ ବହୁ ଜମିରେ ଏବେସୁଦ୍ଧା ତଳି ପଡ଼ିନାହିଁ। ବୁଧବାର କୃଷି ବିଭାଗର ଅନୁଧ୍ୟାନ ପରେ ଅଞ୍ଚଳର ଧାନ ଜମିରେ ଆର୍ଦ୍ରତା ରହିଥିବା କୃଷି ଅଧିକାରୀ ନାଥ କହିଛନ୍ତି। ତେବେ ଅଗାମୀ ୩ରୁ ୫ଦିନ ମଧ୍ୟରେ ବର୍ଷା ନ ହେଲେ ପରିସ୍ଥିତି ଅଣାୟତ୍ତ ହୋଇପଡ଼ିବ ବୋଲି ନାଥ ଆଶଙ୍କା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri