ବର୍ଷା ଅଭାବରୁ ୮୦ ଭାଗ ଜମି ପଡ଼ିିଆ

ରାସଗୋବିନ୍ଦପୁର,୭ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକର ଅଧିକାଂଶ ଲୋକ ଧାନଚାଷ ଉପରେ ନିର୍ଭର କରନ୍ତି। ଏହି ବ୍ଲକ ମଧ୍ୟରେ ସୁବର୍ଣ୍ଣରେଖା, ଜମ୍ଭୀରା ଓ ସାନନଦୀ ପ୍ରବାହିତ ହେଉଛି। ମାତ୍ର ବିଶେଷ ଜଳସେଚନ ବ୍ୟବସ୍ଥା ନ ଥିବାରୁ ଅଞ୍ଚଳର ଚାଷୀମାନେ ଖରିଫ ଧାନଚାଷ ପାଇଁ ବର୍ଷା ଉପରେ ହିଁ ନିର୍ଭର କରିଥାଆନ୍ତି। ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଅଞ୍ଚଳର ୮୦ଭାଗରୁ ଊର୍ଦ୍ଧ୍ୱ ଜମି ପଡିଆ ପଡିଛି। ବର୍ତ୍ତମାନ ଧାନଚାଷ ପାଇଁ ଲଘୁଚାପଜନିତ ବର୍ଷା ହିଁ ଚାଷୀଙ୍କ ପାଇଁ ଭରସା ପାଲଟିଛି। ଗତ ୩ ବର୍ଷ ହେଲା ଲଘୁଚାପ ବର୍ଷା ଯୋଗୁ ଚାଷୀମାନେ ଧାନଚାଷ ଅମଳ କରି ଆସୁଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗତ ୨୦୧୬ରେ ୧୧୪୮.୪ମି.ମି, ୨୦୧୭ରେ ୮୯୮.୧ମି.ମି, ୨୦୧୮ରେ ୯୬୧.୩ ମି.ମି ବର୍ଷା ହୋଇଥିଲା। ସାଧାରଣତଃ ଜୁନ୍‌ ମାସରେ ୨୧୫ମି.ମି, ଜୁଲାଇରେ ୩୬୬ମି.ମି., ଅଗଷ୍ଟ ମାସରେ ୩୬୪ମି.ମି ଓ ସେପ୍ଟେମ୍ବର ମାସରେ ୨୩୭ମି.ମି. ବର୍ଷା ଖରିଫ ଚାଷ ପାଇଁ ଆବଶ୍ୟକ ଥିବାବେଳେ ସ୍ବଳ୍ପ ବୃଷ୍ଟିପାତ ଚାଷୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତ ଖରିଫ ଋତୁରେ ଏହି ବ୍ଲକରେ ୧୧ହଜାର ୯୬୦ ହେକ୍ଟର ଚାଷ ଜମିରେ କେବଳ ଧାନଚାଷ କରାଯିବାର କୃଷିି ବିଭାଗ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଗତ ଜୁନ୍‌ ମାସରେ ମାତ୍ର ୧୫୧.୭ ମି.ମି. ବର୍ଷା ହୋଇଛି। ଆବଶ୍ୟକତାଠାରୁ କମ୍‌ ପରିମାଣର ବୃଷ୍ଟିପାତ ହୋଇଥିବାରୁ ଏହି ବ୍ଲକର ୭୮୦ ହେକ୍ଟର ଜମିରେ ଧାନଚାଷ ହୋଇଛି। ଯେଉଁ କେତେକ ଚାଷୀ ନିଜ ଜମିରେ ବୋରୱେଲ ସ୍ଥାପନ କରିଛନ୍ତି ସେମାନେ ସ୍ବଳ୍ପ ଜମିରେ ଚାଷ କାର୍ଯ୍ୟ କରିବାରେ ସକ୍ଷମ ହୋଇଛନ୍ତି। ତେବେ ଶ୍ରାବଣମାସ ଶେଷ କିମ୍ବା ଭାଦ୍ରବ ପ୍ରଥମ ସପ୍ତାହ ମଧ୍ୟରେ ଆବଶ୍ୟକ ବୃଷ୍ଟିପାତ ନ ହେଲେ ରାସଗୋବିନ୍ଦପୁର ବ୍ଲକରେ ମରୁଡି ହେବାର ଆଶଙ୍କାକୁ ଏଡ଼ାଇ ଦେଇହେବ ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri