ବର୍ଷା ଆଶଙ୍କା: ୨ ଡ୍ୟାମ୍‌ର ଗେଟ୍‌ ଖୋଲିଲା

କପ୍ତିପଦା,୧୬ା୫(ଡି.ଏନ.ଏ)- ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିବାଗ ବିଭାଗ ସୂଚନା ଦେଇଛି। ଏହାକୁ ଲକ୍ଷ୍ୟରଖି ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରେ ଥିବା କାଳ ଓ ସୁନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଆଗୁଆ ସତର୍କତା ଅବଲମ୍ବନ କରିଛନ୍ତି। ଏହି ୨ ଡ୍ୟାମ୍‌ରେ ୬୦ପ୍ରତିଶତ ଜଳ ଗଚ୍ଛିତ ରଖି ଅବଶିଷ୍ଟ ଜଳକୁ ଛାଡ଼ି ଦିଆଯିବ ବୋଲି ବିଭାଗ ସୂତ୍ରରୁ ଜଣାପଡ଼ିଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ କାଳ ଡ୍ୟାମ୍‌ର ଗୋଟିଏ ଗେଟ ଖୋଲଥିବା ବେଳେ ୧ଟାରେ ସୁନେଇ ଡ୍ୟାମ୍‌ର ଗୋଟିଏ ଗେଟ୍‌ ଖୋଲିଛି ା ସୁନେଇରେ ୬୦୬୦ କ୍ୟୁବିକ୍‌ ଜଳ ଧାରଣା କ୍ଷମତା ଥିବା ବେଳେ ଗୋଟିଏ ଗେଟ ମାଧ୍ୟମରେ ପ୍ରତି ସେକେଣ୍ଡରେ ୧୫୦ କ୍ୟୁବିକ୍‌ ଜଳ ନିଷ୍କାସିତ ହେଉଛି। ସେହିପରି କାଳ ଡ୍ୟାମ୍‌ରେ ଜଳ ଧାରଣ ବିପଦ ସଙ୍କେତ ୭୭.୭୦ ମିଟର ଥିବା ବେଳେ ପ୍ରତି ସେକେଣ୍ଡରେ ୧୬୫ କ୍ୟୁବିକ୍‌ ଜଳ ନିଷ୍କାସିତ ହେଉଥିବା ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri