ବର୍ଷା ଆଶଙ୍କା: ୨ ଡ୍ୟାମ୍‌ର ଗେଟ୍‌ ଖୋଲିଲା

କପ୍ତିପଦା,୧୬ା୫(ଡି.ଏନ.ଏ)- ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିବାଗ ବିଭାଗ ସୂଚନା ଦେଇଛି। ଏହାକୁ ଲକ୍ଷ୍ୟରଖି ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରେ ଥିବା କାଳ ଓ ସୁନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଆଗୁଆ ସତର୍କତା ଅବଲମ୍ବନ କରିଛନ୍ତି। ଏହି ୨ ଡ୍ୟାମ୍‌ରେ ୬୦ପ୍ରତିଶତ ଜଳ ଗଚ୍ଛିତ ରଖି ଅବଶିଷ୍ଟ ଜଳକୁ ଛାଡ଼ି ଦିଆଯିବ ବୋଲି ବିଭାଗ ସୂତ୍ରରୁ ଜଣାପଡ଼ିଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ କାଳ ଡ୍ୟାମ୍‌ର ଗୋଟିଏ ଗେଟ ଖୋଲଥିବା ବେଳେ ୧ଟାରେ ସୁନେଇ ଡ୍ୟାମ୍‌ର ଗୋଟିଏ ଗେଟ୍‌ ଖୋଲିଛି ା ସୁନେଇରେ ୬୦୬୦ କ୍ୟୁବିକ୍‌ ଜଳ ଧାରଣା କ୍ଷମତା ଥିବା ବେଳେ ଗୋଟିଏ ଗେଟ ମାଧ୍ୟମରେ ପ୍ରତି ସେକେଣ୍ଡରେ ୧୫୦ କ୍ୟୁବିକ୍‌ ଜଳ ନିଷ୍କାସିତ ହେଉଛି। ସେହିପରି କାଳ ଡ୍ୟାମ୍‌ରେ ଜଳ ଧାରଣ ବିପଦ ସଙ୍କେତ ୭୭.୭୦ ମିଟର ଥିବା ବେଳେ ପ୍ରତି ସେକେଣ୍ଡରେ ୧୬୫ କ୍ୟୁବିକ୍‌ ଜଳ ନିଷ୍କାସିତ ହେଉଥିବା ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri