ବର୍ଷା ଜଳ ଘେରରେ ଉତ୍ତରପଡ଼ା ବିଦ୍ୟାଳୟ; ଶ୍ରେଣୀ ଗୃହରେ ଆଣ୍ଠୁଏ ଉଚ୍ଚର ପାଣି

ଅନୁଗୋଳ ଅଫିସ, ୨୬।୮:  ଅନୁଗୋଳରେ ରବିବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ସହରର ବିଭିନ୍ନ ରାସ୍ତାରେ ଦୀର୍ଘ ସମୟ ଧରି ବର୍ଷା ପାଣିର ସୁଅ ଛୁଟିଥିଲା। ଏହି ସମୟରେ ଡିଆଇସି ଛକରେ ଥିବା ଉତ୍ତରପଡ଼ା ନୋଡାଲ ବିଦ୍ୟାଳୟ ପରିସର ସମ୍ପୂର୍ଣ୍ଣ ଜଳାର୍ଣ୍ଣବ ହୋଇପଡ଼ିଥିଲା। ଏପରି କି ଶ୍ରେଣୀଗୃହ ମଧ୍ୟରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଥିବା ଦେଖିବାକୁ ମିଳିଥିଲା। ତେବେ ସ୍କୁଲ ଛୁଟି ଥିବାରୁ ଛାତ୍ରୀଛାତ୍ର କିମ୍ବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ କୌଣସି ଅସୁବିଧା ହୋଇ ନ ଥିଲେ ବି ଶ୍ରେଣୀଗୃହରେ କାଦୁଅ ପାଣି ଏକ ଅପରିଷ୍କାର ପରିବେଶ ସୃଷ୍ଟି କରିଥିବାରୁ ଏ ନେଇ ଅସନ୍ତୋଷ ଦେଖାଦେଇଛି।
ବିଦ୍ୟାଳୟ ପରିସର, ଶ୍ରେଣୀଗୃହ ଏପରି ଜଳାର୍ଣ୍ଣବ ହୋଇପଡ଼ିବା ସହ ସ୍କୁଲର ବିଭିନ୍ନ ଆସବାବପତ୍ର ପାଣିରେ ଭାସିବା ସ୍କୁଲ କର୍ତ୍ତୃପକ୍ଷଙ୍କୁ ଚିନ୍ତାରେ ପକାଇଛି। ବିଦ୍ୟାଳୟର ଚତୁଃପାର୍ଶ୍ୱରେ ଘରମାନ ଗଢ଼ି ଉଠିଥିବାରୁ ଏଭଳି ସମସ୍ୟା ଉପୁଜିଛି ବୋଲି କର୍ତ୍ତୃପକ୍ଷ କହିଛନ୍ତି। ସେହିପରି ଦିନକୁ ଦିନ ରାସ୍ତା ଉଚ୍ଚ ହେବା ସହ ସେହି ତୁଳନାରେ ସ୍କୁଲ ପରିସରରେ ମାଟି ପଡ଼ୁନାହିଁ। ତେଣୁ ବର୍ଷା ହେଲେ ବିଦ୍ୟାଳୟରେ ପାଣି ପଶୁଛି। ଘଟଣା ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କହିଛନ୍ତି, ସହରରେ ଡ୍ରେନ ବ୍ୟବସ୍ଥା ନ ଥିବାରୁ ଏପରି ପରିସ୍ଥିତି ଉପୁଜୁଛି। ଅନୁଗୋଳ ପୌରପାଳିକା ଡ୍ରେନ ବ୍ୟବସ୍ଥା କରିବା କଥା। କିନ୍ତୁ ତାହା କରୁ ନ ଥିବାରୁ ପାଣି ନିଷ୍କାସନ ହୋଇପାରୁନାହିଁ। ସ୍କୁଲ ସମୟରେ ଏପରି ମୂଷଳ ଧାରାରେ ବର୍ଷା ହେଲେ କର୍ତ୍ତୃପକ୍ଷ ବାଧ୍ୟ ହୋଇ ଛୁଟି କରିଦେବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri