ବର୍ଷା ନାହିଁ, ଅଟକିଯାଇଛି ଚାଷ କାର୍ଯ୍ୟ:ବୁଣା ସରିଲାଣି, ରୁଆ ମନ୍ଥର

ଅନୁଗୋଳ ଅଫିସ, ୧୬।୭ ଜୁନ ଯାଇ ଜୁଲାଇ ଅଧା ହେଲାଣି। ଏପରି ସମୟରେ ଚାଷ କାର୍ଯ୍ୟ ଜୋର ଧରିବା କଥା। ହେଲେ ଜୁନ ପରି ଜୁଲାଇରେ ଆବଶ୍ୟକ ବର୍ଷା ଅଭାବରୁ ଅନୁଗୋଳ ଜିଲାରେ ଚାଷ ଜୋରଦାର ହୋଇପାରୁ ନାହିଁ। ବିଶେଷକରି ରୁଆ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବାରୁ ଏହାକୁ ନେଇ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଏପରି ପରିସ୍ଥିତି ଆଉ କିଛି ଦିନ ଲାଗି ରହିଲେ ୨୦୧୭ ଅବସ୍ଥା ଉପୁଜିବ ବୋଲି ଆଶଙ୍କା ପ୍ରକାଶ ପାଉଛି।
ଗତ ଜୁନ୍‌ରେ ଜିଲାରେ ୨୨୫ ମିଲିମିଟର ବର୍ଷା ହେବା କଥା। କିନ୍ତୁ ୧୪୮ ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ରେକର୍ଡ କରିଛି। ତେବେ ଜୁଲାଇରେ ସ୍ବାଭାବିକ ବର୍ଷା ହେବ ବୋଲି ସମସ୍ତେ ଆଶା ବାନ୍ଧିଥିଲେ। ବିଶେଷକରି ୧୫ ତାରିଖ ସୁଦ୍ଧା ଜିଲାରେ ୧୭୩ ମିଲିମିଟର ବର୍ଷାର ଆବଶ୍ୟକତା ଥିଲା। କିନ୍ତୁ ୧୫ ତାରିଖ ଅତିକ୍ରାନ୍ତ ହୋଇଯାଇଥିଲେ ବି ଆବଶ୍ୟକତାର ଅଧା ଅର୍ଥାତ୍‌ ୮୫.୫ ମିଲିମିଟର ବର୍ଷା ହୋଇଥିବା ସୂଚନା ମିଳିଛି। ଚଳିତମାସ ପ୍ରଥମ ଦୁଇ ଦିନର ବର୍ଷା ଚାଷୀମାନଙ୍କ ମଧ୍ୟରେ ଉତ୍ସାହ ଭରିଥିଲା। ରୁଆ କାର୍ଯ୍ୟ ଏଥର ଦ୍ରୁତଗତି ଧରିବ ବୋଲି ଚାଷୀମାନେ ଭାବି ନେଇଥିଲେ। ମାତ୍ର ବର୍ଷା ପୁଣି ଗାଏବ ହୋଇଯାଇଛି। ଗତ ୨ ତାରିଖରେ ଜିଲାର ଆଠମଲ୍ଲିକରେ ସର୍ବାଧିକ ୮୦.୨ ମିଲିମିଟର ବର୍ଷା ହୋଇଥିବାବେଳେ ଅନୁଗୋଳରେ ୬୦, ବଅଁରପାଳରେ ୩୮.୬, ପାଲଲହଡ଼ାରେ ୩୭.୦, କିଶୋରନଗରରେ ୩୪.୮, କଣିହଁାରେ ୩୧.୫, ତାଳଚେର ୩୧.୦, ଛେଣ୍ଡିପଦାରେ ୧୨.୬ ମିଲିମିଟର ବର୍ଷା ହୋଇଥିବା ଜଣାପଡ଼ିଛି। ଏହାପରେ ଜିଲାରେ ସ୍ବାଭାବିକ ବର୍ଷା ହୋଇ ନ ଥିବାବେଳେ କେବଳ ପାଲଲହଡ଼ାରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଯଦି ବର୍ଷା ପରିମାଣ ବଢ଼ିବ ତା’ହେଲେ ଜିଲାରେ ଚଳିତବର୍ଷ ଲକ୍ଷ୍ୟ ରଖାଯାଇଥିବା ୮୮ ହଜାର ୫୦ ହେକ୍ଟର ଜମିରେ ଚାଷ କାର୍ଯ୍ୟ ହୋଇପାରିବ। ବର୍ତ୍ତମାନ ସୁଦ୍ଧା ୪୧୦ ହେକ୍ଟରରେ ଚାଷ ହୋଇଥିବା ଜିଲା କୃଷି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ଏ ନେଇ ଜିଲା କୃଷି ଉପନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଜିଲାରେ ସ୍ବାଭାବିକ ଠାରୁ କମ୍‌ ବର୍ଷା ହୋଇଛି। ତଥାପି ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବାରୁ ଚାଷ ଉପରେ ସେପରି ପ୍ରଭାବ ପଡ଼ିବ ନାହିଁ ବୋଲି ଆଶା କରାଯାଉଛି। ବୁଣା କାର୍ଯ୍ୟ ଶେଷ ହୋଇଥିବା ବେଳେ ରୁଆ ମନ୍ଥର ଗତିରେ ଚାଲିଥିବା ଜିଲା କୃଷି ଉପନିର୍ଦ୍ଦେଶକ ମହାପାତ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri