ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା

ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ମାଡ଼। ବର୍ତ୍ତମାନ ସୁଦ୍ଧା ବନ୍ତ ବ୍ଲକର ଅର୍ଦ୍ଧାଧିକ ଚାଷଜମିରେ ଧାନ ଅମଳ ହୋଇପାରି ନାହିଁ। କେତେକ ସ୍ଥାନରେ ଚାଷୀମାନେ ଧାନ କାଟି କ୍ଷେତରେ ପକାଇଥିବାବେଳେ ଆଉ କେତେକ ଚାଷଜମିରୁ କଟା ଧାନ ଆଣି ଖଳାରେ ରଖିଛନ୍ତି। ଅମଳ ସମୟରେ ହୋଇଥିବା ବର୍ଷାରେ ଜମି ଓ ଖଳାରେ ଥିବା ଧାନ ଭିଜି ନଷ୍ଟ ହୋଇଯାଇଛି। ବର୍ଷା ସିନା ଛାଡ଼ିଗଲା କିନ୍ତୁ ଏବେ ଚାଷୀଙ୍କ ଦୁର୍ଦ୍ଦଶା ବଢ଼ିଯାଇଛି। କଟା ଧାନ ଥିବା ଜମିରେ ବର୍ଷା ପାଣି ଜମି ରହିଛି। ଚାଷୀମାନେ ସେମାନଙ୍କ କଷ୍ଟ ଉପାର୍ଜିତ ଧାନ ଫସଲକୁ ସୁରକ୍ଷିତ ରଖିବା ପାଇଁ ଦିନରାତି ଲାଗିପଡ଼ିଛନ୍ତି। ବର୍ଷାରେ ଭିଜି ଯାଇଥିବା ଧାନ ଗଜା ହୋଇଯିବା ଆଶଙ୍କାରେ ସେମାନେ ଜମିରୁ ଆଣି ଖରାରେ ଶୁଖାଉଛନ୍ତି।
ସ୍ଥାନୀୟ କେତେଜଣ ଚାଷୀ କହିଛନ୍ତି ଯେ, ଧାନ ପାଚିବା ସମୟରେ ବାତ୍ୟା ବୁଲ୍‌ବୁଲ୍‌ ଯୋଗୁ ପାଣିରେ ଧାନକେଣ୍ଡା ପଡ଼ି ଅଧିକାଂଶ ଜମିରେ ଫସଲ ନଷ୍ଟ ହୋଇଥିଲା। ଅମଳ ସମୟରେ ଗତ ଡିସେମ୍ବର ୨୬ରେ ବର୍ଷା ହେବା ପରେ କିଛି ପରିମାଣରେ ଫସଲ ସୁରକ୍ଷିତ କରିଥିବାବେଳେ ପୁଣି ଗତ ୩ ତରିଖରେ ବର୍ଷା ଦୁର୍ଦ୍ଦଶାକୁ ଦ୍ୱିଗୁଣିତ କରିଛି। ଜମିରେ କଟା ହୋଇପଡ଼ିଥିବା ଧାନ କଳେଇ ଓ ଖଳାରେ ଥିବା ଧାନ ଏବେ ଗଜା ହେବାର ବହୁ ଆଶଙ୍କା ରହିଥିବାବେଳେ ମଣ୍ଡିରେ ବିକ୍ରି କ୍ଷେତ୍ରରେ ସମସ୍ୟା ସୃଷ୍ଟି ହେବ। ମାଟି ଓଦା ହେବାରୁ କଟା ହେବାକୁ ଥିବା ଜମିରେ ହାରଭେଷ୍ଟର ମେଶିନ ପଶିପାରୁ ନ ଥିବା କାରଣରୁ ଧାନ ଅମଳ ଆହୁରି ବିଳମ୍ବ ହେବ। ବହୁ ପରିଶ୍ରମରେ ଉପାର୍ଜିତ ଫସଲ ଅମଳରେ ପ୍ରାକୃତିକ ବିପର୍ଯ୍ୟୟ ବାରମ୍ବାର ଦାଉ ସାଧୁଥିବାରୁ ଦୁର୍ଦ୍ଦଶାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri