ବର୍ଷା ପାଇଁ ବେଙ୍ଗ,ବେଙ୍ଗୁଲୀଙ୍କ ପୂଜାର୍ଚ୍ଚନା

ମହାକାଳପଡ଼ା,୨୩ା୭(ଡି.ଏନ୍‌.ଏ.)- ଚଳିତ ବର୍ଷ ମହାକାଳପଡା ବ୍ଲକରେ ଭଲ ବର୍ଷା ନ ହେବାରୁ ଚାଷୀଙ୍କ ଠାରୁ ଆରମ୍ଭ କରି ସମସ୍ତଙ୍କ ଚିନ୍ତା ବଢ଼ିବାରେ ଲାଗିିଛି। ବର୍ଷା ଅଭାବରୁ ଜମିରେ ଗଜା ମରୁଡ଼ି ହେବାର ଆଶଙ୍କା ରହିଛି।
ଏନେଇ ମହାକାଳପଡା ବ୍ଲକ ଅନ୍ତର୍ଗତ ବଉଳକଣୀ ପଞ୍ଚାୟତରେ ବସବାସ କରୁଥିବା ବାଘୁଆମେଦ ଆଦିବାସୀପଡ଼ାର ଲୋକେ ବେଙ୍ଗ ଓ ବେଙ୍ଗୁଲୀଙ୍କ ପୂଜାର୍ଚ୍ଚନା କରିଥିଲେ। ସେମାନଙ୍କ ପୂଜା କଲେ ଭଲ ବର୍ଷା ହେବ ବୋଲି ଏହି ଆଦିବାସୀ ସମ୍ପ୍ରଦାୟର ଲୋକଙ୍କ ବିଶ୍ୱାସ ରହିଛି। ଏହି ବିଶ୍ୱାସରେ ପଡ଼ାରେ ବସବାସ କରୁଥିବା ୮୦ରୁ ଊର୍ଦ୍ଧ୍ୱ ପରିବାରର କିଛି ମହିଳା ଓ ମୁରବୀ ଏକତ୍ର ହୋଇ ବେଙ୍ଗ, ବେଙ୍ଗୁଲିକୁ ଧରି ଚାଷ ଜମିର ମଧ୍ୟସ୍ଥଳରେ ରଖି ପୂଜାର୍ଚ୍ଚନା କରିଥିଲେ। ବେଙ୍ଗ,ବେଙ୍ଗୁଲୀକୁ ଧରିବା ପରେ ସେମାନଙ୍କ ମୁଣ୍ଡରେ ସିନ୍ଦୁର ମାରି ପିଢ଼ାରେ ବସାଇ ପୂଜା କରିଥିଲେ। ଶଙ୍ଖ, ଘଣ୍ଟ ଓ ମୃଦଙ୍ଗ ଆଦି ବଜାଇ ଗୀତ ଗାଇବା ସହ ନାଚିଥିଲେ। ପୂଜା ସରିବା ପରେ ଗ୍ରାମର କିଛି ମହିଳା ବେଙ୍ଗ ଓ ବେଙ୍ଗୁଲୀକୁ ନେଇ ଏକ ଜଳାଶୟରେ ଛାଡ଼ି ଦେଇଥିଲେ। ଏହି ପୂଜାରେ ଗ୍ରାମରେ ରବୀନ୍ଦ୍ର ସିଂ, ପୂର୍ଣ୍ଣ ସିଂ, ଗୀତା ସିଂ, ସାବିତ୍ରୀ ସିଂ, କୁନି ସିଂ, ସୁଲୋଚନା ସିଂ ଏବଂ ରାମ ସିଂ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

Budget 2026 Gold Silver Rate: ବଜେଟ ପୂର୍ବରୁ ସୁନା-ରୂପାକୁ ନେଇ ବଡ଼ ଖବର, କିଣିବାକୁ ଚାହୁଁଥିଲେ…

ନୂଆଦିଲ୍ଲୀ,୧।୨: ବଜେଟ ଉପସ୍ଥାପନ ପୂର୍ୱରୁ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଫେବୃଆରୀ 1, 2026 ରେ, ଦିଲ୍ଲୀରେ 24 କ୍ୟାରେଟ ସୁନା ପ୍ରତି…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri