ବର୍ଷା ପୂର୍ବରୁ କାମ ସାରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଗାଁ (ଡି.ଏନ.ଏ)/ନୟାଗଡ଼ ଅଫିସ,୧୨।୬- ନୟାଗଡ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ମଙ୍ଗଳବାର ଅପରାହ୍ନ ୫ଟାରେ ରାଜ୍ୟ କୃଷି, ମତ୍ସ୍ୟ, ପଶୁପାଳନ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାପାଳ ଡ.ଏନ. ତିରୁମାଲା ନାୟକ ଅଧ୍ୟକ୍ଷତା କରିଥିଲେ। କିଭଳି ଭାବରେ ଓଡିଶାକୁ ପ୍ରଗତି ପଥରେ ଆଗେଇ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବପ୍ନକୁ ସାକାର କରାଯାଇ ପାରିବ ସେ ନେଇ ଅଧିକାରୀମାନଙ୍କ ସହ ମନ୍ତ୍ରୀ ସାହୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ନିର୍ବାଚନ ଏବଂ ବାତ୍ୟା ଫନୀ ପାଇଁ ସମସ୍ତ କାର୍ଯ୍ୟ ଓ ପ୍ରକଳ୍ପ ତ୍ୱରାନ୍ବିତ ହେବାରେ ବାଧା ସୃଷ୍ଟି ହୋଇଛି ା ତେଣୁ ସେସବୁ ବକେୟା କାମଗୁଡ଼ିକୁ ବର୍ଷା ଆସିବା ପୂର୍ବରୁ କିଭଳି ଭାବେ ଶେଷ କରାଯିବ ସେ ନେଇ ସମସ୍ତ ବିଭାଗୀୟ ଅଧିକାରୀ ଚେଷ୍ଟା କରିବା ପାଇଁ ମନ୍ତ୍ରୀ ସାହୁ ନିର୍ଦ୍ଦେଶ ଦେଇଥିଲେ। କେଉଁ କାର୍ଯ୍ୟ କିଭଳି ଭାବେ ସମ୍ପାଦନ କରାଯିବ ତାହାର ଏକ ଖସଡ଼ା ଯଥାଶୀଘ୍ର ପ୍ରସ୍ତୁତ କରିବା ଲାଗି ମଧ୍ୟ ପରାମର୍ଶ ଦେଇଥିଲେ ା ଉନ୍ନତିମୂଳକ କାର୍ଯ୍ୟ ପାଇଁ ଦିଆଯାଇଥିବା ଅନୁଦାନ ରାଶି ଯେପରି ଫେରି ନ ଯାଏ ସେଥିପାଇଁ ବିଭାଗୀୟ ଅଧିକାରୀମାନେ ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ ା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ, କ୍ଷୁଦ୍ରଜଳସେଚନ, ଜଳସେଚନ, ଉଠାଜଳସେଚନ, ଉଦ୍ୟାନ, କୃଷି, କ୍ରୀଡ଼ା, ସଂସ୍କୃତି, ଯୋଗାଣ, ପଞ୍ଚାୟତ, ମସତ୍‌ୟ, ପଶୁପାଳନ, ସମାଜ ମଙ୍ଗଳ, ଶିକ୍ଷା, ସ୍ବାସ୍ଥ୍ୟ, ନଗର ଉନ୍ନୟନ ଏବଂ ମଙ୍ଗଳ ବିଭାଗ ଆଦିଗୁଡ଼ିକର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ା ବରିଷ୍ଠ ନାଗରିକ ତଥା ଯୋଗ୍ୟ ହିତାଧିକାରୀମାନେ ଯେପରି ସୁବିଧା ସୁଯୋଗ ପାଇ ପାରିବେ ସେଥିପ୍ରତି ସମସ୍ତେ ଧ୍ୟାନ ଦେବା ସହ ଆବଶ୍ୟକ ସ୍ଥଳେ ସେମାନଙ୍କୁ ସହଯୋଗ କରିବା ପାଇଁ ମନ୍ତ୍ରୀ ସାହୁ ପରାମର୍ଶ ଦେଇଥିଲେ ା ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବନଖଣ୍ଡ ଅଧିକାରୀ, ଅତିରିକ୍ତ ଜିଲାପାଳ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶିକା ପ୍ରମୁଖ ଯୋଗ ଦେଇଥିଲେ। ବୈଠକରେ ଜିଲାପାଳ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri