ବର୍ଷା ହେଲେ ସମବାୟ ସମିତି ଗୃହରୁ ପାଣି ଗଳୁଛି

ନାଉଗଁା,୨୭ା୬(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍‌ ଋଣ, ରିହାତି ଦରରେ ବିହନ ଆଦି ଯୋଗାଇ ଦିଆଯିବା ସହ ମଣ୍ଡି ମାଧ୍ୟମରେ ଚାଷୀଙ୍କଠାରୁ ଧାନ, ମୁଗ ଆଦି ସରକାରୀ ଦରରେ ସଂଗ୍ରହ କରାଯାଉଛି। କେବଳ ସେତିକି ନୁହେଁ, ସମବାୟ ସମିତିକୁ ସମସ୍ତଙ୍କ ନିକଟରେ ପହଞ୍ଚାଇବା ପାଇଁ ସମବାୟ ଆପଣଙ୍କ ଦ୍ୱାରରେ ନାମକ କାଯର୍‌ୟକ୍ରମ କରାଯାଉଛି। କିନ୍ତୁ ନାଉଗଁା ବ୍ଲକରେ ଥିବା ୬ ସମବାୟ ସମିତି ମଧ୍ୟରୁ ଅଧିକାଂଶ ସମବାୟ ସମିତି ଅବ୍ୟବସ୍ଥାରେ ପରିଚାଳିତ ହେଉଥିଲେ ମଧ୍ୟ ଏଥିପ୍ରତି ଦୃଷ୍ଟି ଦିଆଯାଉନାହିଁ। ଏହି ବ୍ଲକର ତିରୁଣା କୃଷି ସେବା ସମବାୟ ସମିତି ହେଉଛି ଏହାର ଜ୍ୱଳନ୍ତ ଉଦାହରଣ। ସମିତି କୋଠାଘର ସମ୍ମୁଖ ଚୂନ ଲେପ ଦିଆଯାଇଥିବାବେଳେ ଭିତର ଅବସ୍ଥା କିନ୍ତୁ ଭିନ୍ନ। ସମିତିର ୨ଟି ଗୋଦାମ ଗୃହ ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଫଳରେ ଗତବର୍ଷ ଧାନ ବିହନ ଗଚ୍ଛିତ ରଖିବା ପାଇଁ ସମିତି ସମର୍ଥ ହୋଇ ନ ଥିବା ଅଭିଯୋଗ ହେଉଛି। ସମବାୟ ସମିତି ମାଧ୍ୟମରେ କୃଷକଙ୍କୁ ବିଭିନ୍ନ ତାଲିମ, ପ୍ରୋତ୍ସାହନ, ବିହନ ବଣ୍ଟନ, ଧାନ ସଂଗ୍ରହ କରାଯାଇଥାଏ। ଏହି ସମିତି ୧୯୮୮-୮୯ ରେ ଗଠନ କରାଯାଇଥିଲା। ଏହା ଉପରେ ତିରୁଣା, ଡାବର, ଜାମୁଗଁା ପଞ୍ଚାୟତର ଶତାଧିକ ଚାଷୀ ନିର୍ଭରଶୀଳ। ଘରର କାନ୍ଥରୁ ପ୍ଳାଷ୍ଟର ଛାଡି ଇଟା ଓ ଛାତର ରଡ଼ ଦେଖାଯାଉଛି। ବର୍ଷା ହେଲେ ଛାତରୁ ପାଣି ଗଳୁଛି। ତେଣୁ ଗତବର୍ଷ ଧାନ ବିହନ ରଖିବା ସମ୍ଭବ ହୋଇ ନ ଥିଲା ଓ ଚାଷୀମାନେ ବିହନ ପାଇବାରୁ ବଞ୍ଚତ୍ତ ହୋଇଥିଲେ। ସେହିପରି ଧାନ ମଣ୍ଡି ଖୋଲିବା ସମୟରେ ଚାଷୀଙ୍କ ଧାନ ଖରା କାକରରେ ପଡିରହୁଥିବା ସମିତିର ପରିଚାଳନା କମିଟି ସଦସ୍ୟମାନେ ଅଭିଯୋଗ କରିଛନ୍ତି। ୧୯୯୪ ବନ୍ୟା ଓ ୧୯୯୯ ମହାବାତ୍ୟାରେ ଘରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା। ଏ ସମ୍ପର୍କରେ ବିଭିନ୍ନ ସମୟରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ପରିଚାଳନା କମିଟି ପକ୍ଷରୁ ଅଭିଯୋଗ କରାଯାଇଛି। କମିଟି ସଦସ୍ୟଙ୍କ ଅଭିଯୋଗ ମୁତାବକ ୨୦୦୨ରେ ତତ୍କାଳୀନ ସଭାପତି ଗୃହ କ୍ଷତିଗ୍ରସ୍ତ ହୋଇଥିବା ସମ୍ପର୍କରେ କଟକ କେନ୍ଦ୍ରୀୟ କୋ-ଅପରେଟିଭ୍‌ ବ୍ୟାଙ୍କ ଓ ରାଜ୍ୟ ସମବାୟ ବିଭାଗକୁ ଲିଖିତ ଭାବେ ଜଣାଇଥିଲେ। ହେଲେ କିଛି ସୁଫଳ ମିଳି ନ ଥିଲା। ବର୍ତ୍ତମାନର ସଭାପତି କମଳକାନ୍ତ ପରିଡ଼ା ସମାନ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ୨୦୧୭ ଏପ୍ରିଲ ୯ ତାରିଖରେ ୪ ଜିଲାକୁ ନେଇ କଟକ ସହିଦ ଭବନରେ ହୋଇଥିବା ବୈଠକରେ ଏ ସମ୍ପର୍କରେ ଅଭିଯୋଗ ହୋଇଥିଲା। ସେହିପରି ଗତ ମାର୍ଚ୍ଚ ମାସରେ ଜିଲାସ୍ତରୀୟ ବୈଠକରେ ଅଭିଯୋଗ କରାଯାଇଥିଲା। ଘର ମରାମତି କରାଯାଉ ନ ଥିବାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ କମ୍ପ୍ୟୁଟର ଆଦି ଚୋରି ହୋଇଯିବାର ଭୟ ରହିଛି। ତେଣୁ ତୁରନ୍ତ ଉକ୍ତ ସମବାୟ ସମିତିର ଗୋଦାମ ଗୃହକୁ ନୂତନ ଭାବେ ନିର୍ମାଣ କରିବାକୁ ସ୍ଥାନୀୟ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri