ବର୍ଷାଜଳ ନିଷ୍କାସନ ପାଇଁ ବିଧାୟକଙ୍କ ସହ ଆଲୋଚନା

ଜଳେଶ୍ୱର,୨୪ା୯- ୨୦୧୪ ମସିହାରୁ ଜଳେଶ୍ୱର ମ୍ୟୁନିସିପାଲିଟି ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି କାର୍ଯ୍ୟ ଯୋଜନା ମୁତାବକ କାର୍ଯ୍ୟକାରୀ ହୋଇପାରିନାହିଁ। ନିମ୍ନମାନର ରାସ୍ତା ନିର୍ମାଣ, ପାଣି ନିଷ୍କାସନ ରାସ୍ତାରେ ଜବରଦଖଲ କରି ଗୃହ ନିର୍ମାଣ, ରାସ୍ତା ପାର୍ଶ୍ୱରେ ଡ୍ରେନ ନ କରି ରାସ୍ତା ନିର୍ମାଣ, ଗୃହ ନିର୍ମାଣ ସମୟରେ ମ୍ୟୁନିସିପାଲିଟି ଦ୍ୱାରା ନକ୍ସା ପାସ୍‌ ନ କରିବା ଆଦି କାର୍ଯ୍ୟକୁ ମ୍ୟୁନିସିପାଲିଟିର ପ୍ରଶାସନିକ ଅଧିକାରୀ ତଥା କର୍ମଚାରୀ ଓ ରାଜନୈତିକ ନେତୃବୃନ୍ଦ ଅଣଦେଖା କରିବାରୁ ଅଧିବାସୀମାନେ ଅସୁବିଧାରେ ପଡୁଛନ୍ତି ବୋଲି ଜଳେଶ୍ୱର ଡାକ ବଙ୍ଗଳା ପରିସରରେ ପୂର୍ବତନ ଅଧ୍ୟକ୍ଷ ପ୍ରବୀର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ମ୍ୟୁନିସିପାଲିଟିର ୬ନଂ., ୯ନଂ. ୱାର୍ଡ଼ର ଅଧିବାସୀମାନେ ଦୀର୍ଘଦିନରୁ ଜଳବନ୍ଦୀ ହୋଇ ରହିଛନ୍ତି। ବିଭିନ୍ନ ସମୟରେ ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ, ଉପଜିଲାପାଳ ତଥା ଜିଲାପାଳଙ୍କ ପାଖରେ ଲିଖିତ ଅଭିଯୋଗ କରିବା ପରେ ମଧ୍ୟ କୌଣସି ସ୍ଥାୟୀ ସମାଧାନ ନ ହେବାରୁ ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ସହ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜବରଦଖଲକାରୀଙ୍କୁ ଉଚ୍ଛେଦ କରିବା, ଯୋଜନାଭୁକ୍ତ ଭାବେ ନିର୍ମାଣ କାର୍ଯ୍ୟ କରିବା, ଜଳନିଷ୍କାସନ ରାସ୍ତାକୁ ପରିଷ୍କାର କରିବା ଆଦି କାର୍ଯ୍ୟ ପ୍ରତି ଗୁରୁତ୍ୱ ଦେଇ ଆଲୋଚନା ହୋଇଥିଲା। ଏ ସମ୍ପର୍କରେ ବିଧାୟକ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ମାନସ ରଞ୍ଜନ ସେଠୀ, ଉପଜିଲାପାଳ ନିଲୁ ମହାପାତ୍ର ଓ ପୌରାଧ୍ୟକ୍ଷ ହୃଷିକେଶ ପାଣିଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ବୈଠକରେ ପୂର୍ବତନ କାଉନ୍‌ସିଲର ତଥା ଆଇନଜୀବୀ ନିତ୍ୟଗୋପାଳ ଦାସ, ପୂର୍ବତନ କାଉନ୍‌ସିଲର ଅର୍ଚ୍ଚନା ଗିରି, ରବୀନ୍ଦ୍ର ପାତ୍ର, ଗ୍ରାମ୍ୟ ମୁଖ୍ୟ ଯଜ୍ଞେଶ୍ୱର ଜେନା, ଚନ୍ଦନ ଦାସ, ବାଦଲ ଦାସ, ଭବାନୀ ଶଙ୍କର ପାତ୍ର, ସମର କରଣ, ସୁଧୀର କାମିଳା ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିବା ବେଳେ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ। ଶେଷରେ ପୂର୍ଣ୍ଣେନ୍ଦୁ ନନ୍ଦୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…

ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri