ବର୍ଷାଦିନ ଖାଦ୍ୟପେୟ: ଯାହା ଶରୀରକୁ ରଖେ ସୁସ୍ଥ

ବର୍ଷାଦିନେ ଯେତିକି ଆନନ୍ଦ ଲାଗିଥାଏ, ତା’ଠୁ ବେଶି ଚିନ୍ତାରେ ପକାଇଥାଏ ଏହି ଋତୁରେ ହେଉଥିବା ସ୍ବାସ୍ଥ୍ୟଜନିତ ସମସ୍ୟା। ଏସବୁ ସମସ୍ୟାରୁ ନିଜକୁ ରକ୍ଷା କରିବା ପାଇଁ ଖାଦ୍ୟପେୟ ଉପରେ ଅଧିକ ଧ୍ୟାନ ଦେବା ଜରୁରୀ। ତେବେ ଏପରି କିଛି ଜିନିଷ ରହିଛି, ଯାହାକୁ ବର୍ଷାଦିନେ ଖାଇବା ଦ୍ୱାରା ଅନେକ ସୁଫଳ ମିଳିଥାଏ। ସେ ସମ୍ପର୍କରେ ଜାଣନ୍ତୁ…

– ଏହି ଦିନରେ ତୁଳସୀ ପତ୍ରକୁ ଆପଣ ଚୋବାଇ ଖାଇପାରିବେ। ଏହା ସହ ଗୁଡ଼ କିମ୍ବା ମହୁ ମିଶାଇ ପିଇପାରିବେ। ନଚେତ୍‌ ଚା’ରେ ପକାଇ ହର୍ବାଲ ଟି’ ପ୍ରସ୍ତୁତ କରିପାରିବେ। ଏହାଦ୍ୱାରା ଥଣ୍ଡା ସମସ୍ୟା ସମ୍ପୂର୍ଣ୍ଣ ଦୂର ହୋଇଥାଏ।

– ବର୍ଷାଦିନେ ଅଧିକ ମାତ୍ରାରେ ରସୁଣ ବ୍ୟବହାର କରିବା ଜରୁରୀ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ତତ୍ତ୍ୱ ରହିଥାଏ। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇବାରେ ସାହାଯ୍ୟ କରିଥାଏ।

– ଏହି ଦିନେ ପାଚିଲା ଆମ୍ବ ଖାଇବା ଆବଶ୍ୟକ। କାରଣ ଏହାଦ୍ୱାରା ପାଚନ ତନ୍ତ୍ର ମଜଭୁତ ହୋଇଥାଏ। ଏହା ଚର୍ମଜନିତ ସଂକ୍ରମଣରୁ ରକ୍ଷା କରିଥାଏ।

– ପଇଡ଼ ପାଣିକୁ ମଧ୍ୟ ପ୍ରତିଦିନ ବ୍ୟବହାର କରିବା ଫଳରେ ଅନେକ ଲାଭ ମିଳିଥାଏ। ପେଟଜନିତ ଅନେକ ସମସ୍ୟାରୁ ପଇଡ଼ପାଣି ବରଦାନ ସଦୃଶ। ଏହାକୁ ପିଇବା ଫଳରେ ଶରୀରରୁ ବିଷାକ୍ତ ପଦାର୍ଥ ବାହାରି ଯାଇଥାଏ।

– ବର୍ଷାଦିନେ ପେଟ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଜିରା ସେବନ ଲାଭଦାୟୀ। ଏହି ଦିନରେ ବଦହଜମି ଯୋଗୁ ପେଟରେ ଯନ୍ତ୍ରଣା ହୋଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ନିୟମିତ ଖାଲିପେଟରେ ୧ ଚାମଚ ଜିରା ଚୋବାଇ ଖାଇବା  ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri