ବର୍ଷାଦିନ ପୂର୍ବରୁ ଡ୍ରେନ୍‌ ମରାମତି, ନୂତନ ନିର୍ମାଣ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୨।୨: ସହରର ଉନ୍ନତି ନେଇ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ନୂତନ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେୟର ସଂଘମିତ୍ରା ଦଳେଇ ଅଧ୍ୟକ୍ଷତା କରିଥିଲେ।
୪୭ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ସହରର ରାସ୍ତାଘାଟ ଓ ଡ୍ରେନ୍‌ ମରାମତି ଓ ନୂତନ ନିର୍ମାଣ ନେଇ ନିଷ୍ପତ୍ତି ନିଆଯାଇଥିଲା। ସହରରେ ୨୯୬ କି.ମି.ଡ୍ରେନ୍‌ ରହିଛି, ଏହାକୁ ବର୍ଷାଦିନ ପୂର୍ବରୁ ମରାମତି ସହ ନୂତନ ଡ୍ରେନ୍‌ ତିଆରି ନିଷ୍ପତ୍ତି ହୋଇଥିଲା। ଆଗାମୀ ଦିନରେ ଡ୍ରେନ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବ। ଏଥିସହ ସହରରେ ପ୍ରାୟ ୧୦୨ କି.ମି.ରାସ୍ତା ନିଗମ ଅଧୀନରେ ରହିଛି। ସେଗୁଡିକୁ ମଧ୍ୟ ମରାମତି କରାଯିବ। ବେଢାବନ୍ଧ, ହରିଡାଖଣ୍ଡି, ଆଗୁଳା ବନ୍ଧ ଓ ଆଇନାବନ୍ଧର ସୌନ୍ଦର୍ଯ୍ୟକରଣ ନିମନ୍ତେ ପ୍ରାୟ ୩ କୋଟି ଟଙ୍କା ବ୍ୟୟ ଅଟକଳରେ ଦଳ ସଫେଇ ମେଶିନ କିଣାଯାଇଛି, ପହଞ୍ଚିବା ପରେ କାମ ଆରମ୍ଭ ହେବ। କେସି ଟାଉନ ହାଇସ୍କୁଲ, ସିଟି ହାଇସ୍କୁଲ, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଓ ଇଞ୍ଜିନିୟରିଂ ସ୍କୁଲ ଖେଳ ପଡିଆର ଉନ୍ନତୀକରଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। କମାପଲୀ ଓ ବିଜିପୁର ସମେତ ଅନ୍ୟାନ୍ୟ ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ହେବ। ପରିବା ବ୍ୟବସାୟୀଙ୍କ ନିମନ୍ତେ ପ୍ରାୟ ୧୫ରୁ ୨୦ଟି ଭେଣ୍ଡିଂ ଜୋନ୍‌ ହେବ। ଶ୍ମଶାନ ଉନ୍ନତୀକରଣ ସାଙ୍ଗକୁ ଆସିକା ରୋଡଠାରୁ ବ୍ରହ୍ମପୁର ବଡ ଡାକ୍ତରଖାନା ଦେଇ ଆମ୍ବପୁଆ ପର୍ଯ୍ୟନ୍ତ ବାଇପାସ୍‌ ନିର୍ମାଣ କରିବା ପାଇଁ ପ୍ରସ୍ତାବ ରହିଥିଲା।
ଏଥିନିମନ୍ତେ ଯୋଜନା ପ୍ରସ୍ତୁତ ପରେ ଜମି ଅଧିଗ୍ରହଣ ନେଇ ପଦକ୍ଷେପ ନିଆଯିବ ବୋଲି କୁହାଯାଇଥିଲା। ଏଥିସହ ସହରରେ ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ଜାଗା ଚିହ୍ନଟ ଓ ଅତିରିକ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଖୋଲିବା ନେଇ ଆଲୋଚନା ହୋଇଥିଲା। କିନ୍ତୁ ସମସ୍ତ କାର୍ଯ୍ୟ ଅନ୍‌ଲାଇନରେ ହେଉଥିବାରୁ କାର୍ଯ୍ୟାଳୟ ପରିବର୍ତ୍ତେ ତାଲିମ କେନ୍ଦ୍ର ଓ ଡ୍ରାଇଭିଂ ଟେଷ୍ଟିଂ ସେଣ୍ଟର ପ୍ରତିଷ୍ଠା କରାଯିବା ନେଇ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ମେୟର ଇ. ବିବେକ ରେଡ୍ଡୀ, କମିଶନର ଜେ. ସୋନାଲ, ଅତିରିକ୍ତ କମିଶନର ସମ୍ବିତ ରାଉତ ଓ ଡେପୁଟି କମିଶନର ବିନୋଦ କୁମାର ବେହେରା ଉପସ୍ଥିତ ଥିଲେ। ଏଥିସହ ପୂର୍ତ୍ତ, ଜନସ୍ବାସ୍ଥ୍ୟ, ପରିବହନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri