ବର୍ଷାରେ ଦବିଲା ପୋଲ

ଛେଣ୍ଡିପଦା,୨୬।୧୦(ସ୍ବ.ପ୍ର.) – ଅନୁଗୋଳ ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ବର୍ଷା ଯୋଗୁ ଶୁକ୍ରବାର ଛେଣ୍ତିପଦା ବ୍ଲକ କୁମ୍ଭାରିଆ ନାଳ ଉପରେ ନିର୍ମିତ ପୋଲର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହେବା ସହ ମଝିରୁ ଗୋଟିଏ ପାର୍ଶ୍ୱକୁ ଦବି ଯାଇଛି। ଫଳରେ ଦୁର୍ଘଟଣା ଆଶଙ୍କାରେ ଏହି ପୋଲଦେଇ ଯାତାୟାତ ବନ୍ଦ ହୋଇଯାଇଛି। କମ୍ପସଲା ପଞ୍ଚାୟତରୁ ଏନ୍‌ଟିପିସି, କଣିହଁ। , କୋଶଳାକୁ ଯୋଗାଯୋଗ କରୁଥିବା ଏହି ପୋଲ ଉପରେ ନିର୍ଭର କରୁଥିବା ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନିର୍ମାଣବେଳେ ନିମ୍ନମାନର କାମ ହେଉଥିବା ଅଭିଯୋଗ ହୋଇଥିଲେ ହେଁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ପୋଲର ଏପରି ଅବସ୍ଥା ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହି ପୋଲ ଉପରେ କମ୍ପସଲା ପଞ୍ଚାୟତର ୫ନଂ ୱାର୍ଡର କେନ୍ଦୁପଶି, କୁଦପଶି ଗ୍ରାମର ୪ ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ସମେତ ଆଖପାଖ ଅଞ୍ଚଳବାସୀ ନିର୍ଭର କରନ୍ତି। ଏବେ ପୋଲଟି ଦବିଯିବା ଯୋଗୁ ସେଠାରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ତୁରନ୍ତ ପୋଲ ମରାମତି କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ କମ୍ପସଲା ସରପଞ୍ଚ ଉଜ୍ୱଳ ପ୍ରଧାନ କୁହନ୍ତି ୭/୮ ବର୍ଷ ତଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪୦ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ବ୍ୟୟରେ ପୋଲ ନିର୍ମାଣ କରାଯାଇଥିଲା। ସେତେବେଳେ ନିମ୍ନମାନର କାର୍ଯ୍ୟ କରାଯାଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଥଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନେଇ ନ ଥିଲା। କିଛି ମାସ ପୂର୍ବରୁ ନାଳ ତଳେ ପଡିଥିବା ଫାଉଣ୍ଡେଶନ ଭାଙ୍ଗି ଥିବା ନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଅବଗତ କରାଯିବା ସତ୍ତ୍ୱେ ମରାମତି କରା ନ ଯିବାରୁ ପୋଲଟି ଦବିଯାଇଛି। ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ ଶ୍ରୀନିବାସ ପ୍ରଧାନ କୁହନ୍ତି, ପୋଲଟି ବହୁତ ଦିନର ହୋଇଥିବାବେଳେ ବାଲିମାଫିଆମାନେ ଉକ୍ତ ନାଳରୁ ବେଆଇନ ଭାବେ ବାଲି ଚାଲାଣ କରୁଛନ୍ତି। ଫଳରେ ପୋଲଟି ଦବିଯାଇଛି। ଖୁବ ଶୀଘ୍ର ନୂତନ ପୋଲ ନିର୍ମାଣ ନିମନ୍ତେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri