ବର୍ଷାରେ ଧୋଇଗଲା ପାଙ୍ଗାଲପଦର ରାସ୍ତା : ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

କୋଟଗଡ଼,୧୮ା୮(ଡି.ଏନ.ଏ.)-କୋଟଗଡ ବ୍ଲକ ସଦର ମହକୁମାଠାରୁ ସାରତୁଲ ପଞ୍ଚାୟତ ପାଙ୍ଗାଲପଦର ଗାଁ ୧୨ କି.ମି ଦୂର। ଗତ ଲଗାଣ ବର୍ଷାରେ ଗାଁକୁ ଯାଇଥିବା ରାସ୍ତା ଧୋଇଯିବା ସହ ମାଟି ଅତଡା ପଡି ଯାତାୟାତରେ ଅସୁବିଧା ହେଉଛି। ବର୍ଷା ଛାଡିବାର ୪ ଦିନ ପରେ ବି ବ୍ଲକ ପକ୍ଷରୁ ରାସ୍ତା ମରାମତି କରାଯାଇନାହିଁ। ଲୋକେ ନିଜେ ଶ୍ରମଦାନ କରି ରାସ୍ତା କରିଛନ୍ତି। ମରାମତି ସହ ପକ୍କାରାସ୍ତା ନିର୍ମାଣ କରିବା ନେଇ ପୂର୍ବରୁ ଗ୍ରାମବାସୀ ବହୁବାର ଜିଲା ଓ ବ୍ଲକ ପ୍ରଶାସନକୁ ଜଣାଇଥିଲେ ବି କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ଏଭଳି ସ୍ଥିତିରେ ଶୁକ୍ରବାର ସକାଳେ ପାଙ୍ଗାଲପଦରର ଜଣେ ବୃଦ୍ଧା ଅସୁସ୍ଥ ହେବାରୁ ଗ୍ରାମବାସୀ ତାଙ୍କୁ ଦୋଳାରେ ବୋହି କୋଟଗଡ ଡାକ୍ତରଖାନାକୁ ଆଣିଥିଲେ। ଶନିବାର ପଙ୍ଗାଲପଦର ଗ୍ରାମ ସମେତ ଉକ୍ତ ରାସ୍ତା ଉପରେ ନିର୍ଭର କରୁଥିବା ଆଖପାଖ ପଞ୍ଚାୟତ ତଥା ପକାରି, ପାରିଗଡ, ରାଣିପଙ୍ଗା ଭଳି ଦୁର୍ଗମ ପଞ୍ଚାୟତର ଗ୍ରାମବାସୀ ବାଲିଗୁଡା ଉପଜିଲାପାଳ ରାଜେନ୍ଦ୍ର କୁମାର ରଣଜିତଙ୍କୁ ଭେଟି ସମସ୍ୟା ଜଣାଇବା ସହ ଏକ ପକ୍କାରାସ୍ତା ନିର୍ମାଣ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି। ଖୁବଶୀଘ୍ର ଏଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି। ଏ ନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ କୈଳାସ ଚନ୍ଦ୍ର ମୁର୍ମୁ କହିଛନ୍ତି, କୋଟଗଡ ଠାରୁ ପାଙ୍ଗାଲପଦର ରାସ୍ତାର ଉନ୍ନତୀକରଣ ପାଇଁ ୪୦ ଲକ୍ଷ ଟଙ୍କା ଆକ୍ସନ ପ୍ଲାନ ରଖାଯାଇଛି। ଧୋଇ ଯାଇଥିବା ରାସ୍ତାର ମରାମତି ପାଇଁ ୧ଲକ୍ଷ ଟଙ୍କା ପଞ୍ଚାୟତ ସମିତି ପକ୍ଷରୁ ରଖାଯାଇଛି। ଖୁବଶୀଘ୍ର ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା…

୨୦୨୬ବଜେଟ ଉପସ୍ଥାପନା ସହ ଭାଜପାର ସମର୍ପଣ ଦିବସ ପାଳିତ, ସରକାରଙ୍କ ଭିବି-ଜି-ରାମଜୀ ଯୋଜନା ସମ୍ପର୍କରେ ଆଲୋଚନା

ଦାରିଙ୍ଗବାଡି, ୧୨।୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଭାଜପାର ଶକ୍ତିକେନ୍ଦ୍ର ଠାରେ ଚଳିତ ବଜେଟ ଉପସ୍ଥାପନା ଏବଂ ଭାଜପାର ସମର୍ପଣ ଦିବସ ପାଳିତ…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି।…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri