ବର୍ଷାରେ ଧୋଇଗଲା ପାଙ୍ଗାଲପଦର ରାସ୍ତା : ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

କୋଟଗଡ଼,୧୮ା୮(ଡି.ଏନ.ଏ.)-କୋଟଗଡ ବ୍ଲକ ସଦର ମହକୁମାଠାରୁ ସାରତୁଲ ପଞ୍ଚାୟତ ପାଙ୍ଗାଲପଦର ଗାଁ ୧୨ କି.ମି ଦୂର। ଗତ ଲଗାଣ ବର୍ଷାରେ ଗାଁକୁ ଯାଇଥିବା ରାସ୍ତା ଧୋଇଯିବା ସହ ମାଟି ଅତଡା ପଡି ଯାତାୟାତରେ ଅସୁବିଧା ହେଉଛି। ବର୍ଷା ଛାଡିବାର ୪ ଦିନ ପରେ ବି ବ୍ଲକ ପକ୍ଷରୁ ରାସ୍ତା ମରାମତି କରାଯାଇନାହିଁ। ଲୋକେ ନିଜେ ଶ୍ରମଦାନ କରି ରାସ୍ତା କରିଛନ୍ତି। ମରାମତି ସହ ପକ୍କାରାସ୍ତା ନିର୍ମାଣ କରିବା ନେଇ ପୂର୍ବରୁ ଗ୍ରାମବାସୀ ବହୁବାର ଜିଲା ଓ ବ୍ଲକ ପ୍ରଶାସନକୁ ଜଣାଇଥିଲେ ବି କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ଏଭଳି ସ୍ଥିତିରେ ଶୁକ୍ରବାର ସକାଳେ ପାଙ୍ଗାଲପଦରର ଜଣେ ବୃଦ୍ଧା ଅସୁସ୍ଥ ହେବାରୁ ଗ୍ରାମବାସୀ ତାଙ୍କୁ ଦୋଳାରେ ବୋହି କୋଟଗଡ ଡାକ୍ତରଖାନାକୁ ଆଣିଥିଲେ। ଶନିବାର ପଙ୍ଗାଲପଦର ଗ୍ରାମ ସମେତ ଉକ୍ତ ରାସ୍ତା ଉପରେ ନିର୍ଭର କରୁଥିବା ଆଖପାଖ ପଞ୍ଚାୟତ ତଥା ପକାରି, ପାରିଗଡ, ରାଣିପଙ୍ଗା ଭଳି ଦୁର୍ଗମ ପଞ୍ଚାୟତର ଗ୍ରାମବାସୀ ବାଲିଗୁଡା ଉପଜିଲାପାଳ ରାଜେନ୍ଦ୍ର କୁମାର ରଣଜିତଙ୍କୁ ଭେଟି ସମସ୍ୟା ଜଣାଇବା ସହ ଏକ ପକ୍କାରାସ୍ତା ନିର୍ମାଣ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି। ଖୁବଶୀଘ୍ର ଏଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି। ଏ ନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ କୈଳାସ ଚନ୍ଦ୍ର ମୁର୍ମୁ କହିଛନ୍ତି, କୋଟଗଡ ଠାରୁ ପାଙ୍ଗାଲପଦର ରାସ୍ତାର ଉନ୍ନତୀକରଣ ପାଇଁ ୪୦ ଲକ୍ଷ ଟଙ୍କା ଆକ୍ସନ ପ୍ଲାନ ରଖାଯାଇଛି। ଧୋଇ ଯାଇଥିବା ରାସ୍ତାର ମରାମତି ପାଇଁ ୧ଲକ୍ଷ ଟଙ୍କା ପଞ୍ଚାୟତ ସମିତି ପକ୍ଷରୁ ରଖାଯାଇଛି। ଖୁବଶୀଘ୍ର ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri