ବର୍ଷାରେ ଧୋଇଗଲା ପୋଲ ଉପର ରାସ୍ତା

ଦାରିଙ୍ଗବାଡ଼ି,୨୮ା୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତବିଭାଗର ଗଦଡ଼ି ପୋଲ ରାସ୍ତା ପାର୍ଶ୍ୱ ଧୋଇଯିବା ଫଳରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାତ୍ରୀବାହୀ ବସ୍‌ ଚଳାଚଳରେ ସମସ୍ୟା ଦେଖାଦେଇଛି। ନିର୍ମାଣର ୨ବର୍ଷ ନପୂରୁଣୁ ରାସ୍ତା ଧୋଇଯିବାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ନିମ୍ନମାନର କାମ ଯୋଗୁ ଏପରି ହୋଇଥିବା ଅଞ୍ଚଳର ଶ୍ୟାମଘନ ପ୍ରଧାନଙ୍କ ସମେତ ରାଜେଶ ମହାପାତ୍ର, ମନୋରଞ୍ଜନ ବାଡତିଆ ପ୍ରମୁଖ ଅଭିଯୋଗ କରିଛନ୍ତି। ଉକ୍ତ ରାସ୍ତାରେ ଦୈନିକ ଦାରିଙ୍ଗବାଡ଼ି ଠାରୁ ଭୁବନେଶ୍ୱର ସମେତ ରାଇକିଆ, ଫୁଲବାଣୀ, ଜି.ଉଦୟଗିରି ଅଞ୍ଚଳକୁ ଏକାଧିକ ବସ ଚଳାଚଳ କରିଥାଏ।
ସୂଚନାଯୋଗ୍ୟଯେ, ସିମନବାଡ଼ି ଠାରୁ ରାଇକିଆ ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କରାଯାଇଛି। ବାଡାବାଙ୍ଗା ଏବଂ ଗଦଡିଠାରେ ବିଭାଗ ପକ୍ଷରୁ ପୋଲ ନିର୍ମାଣ କାର୍ଯ୍ୟ ବିଭିନ୍ନ ଠିକାସଂସ୍ଥା ଦ୍ୱାରା କରାଯାଇଥିବାବେଳେ ଏବେ ଗଦଡ଼ି ପୋଲ ରାସ୍ତା କାମ ନିମ୍ନମାନର ଯୋଗୁ ଲୋକେ ଯାତାୟାତ କରିବାକୁ ସୁରକ୍ଷିତ ମଣୁନାହାନ୍ତି। ସେହିପରି ଗତ କିଛିମାସ ହେଲା ଉକ୍ତ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିଥିବା ପରେ ପୂର୍ତ୍ତ ବିଭାଗ ଉକ୍ତ ରାସ୍ତା ସମ୍ପ୍ରସାରଣ କିମ୍ବା ମରାମତିରେ ବିଳମ୍ବ କରୁଛି। ଏହାକୁ ନେଇ ଅଞ୍ଚଳରେ ତିବ୍ର ଅସନ୍ତୋଷ ଦେଖାଯାଇଛି। ଏନେଇ ପୂର୍ତ୍ତବିଭାଗ ଦାରିଙ୍ଗବାଡ଼ି ସେକ୍ସନର ସହକାରୀ ନିର୍ବାହୀ ଯନ୍ତ୍ରୀ ବ୍ରଜକିଶୋର ମାହାପାତ୍ରଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ, ଉକ୍ତ ପୋଲର ଉପରଭାଗ ଧୋଇହୋଇଯିବା ସହ ବିପଦପୂର୍ଣ୍ଣ ରହିଥିବା ଜାଣି ସ୍ଥାନ ପରିଦର୍ଶନ କରି ଫେରିଛନ୍ତି। ଏବେ ବାଲିଗୁଡ଼ା ନିର୍ବାହୀ ଯନ୍ତ୍ରୀଙ୍କୁ ଅବଗତ କରାଇ ଅନୁଦାନ ନେଇ ଶୀଘ୍ର ମରାମତି କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri