ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ଜିଲାରେ ଶୁକ୍ରବାର ରାତିରୁ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶନିବାର ଅପରାହ୍ନ ପର୍ଯ୍ୟନ୍ତ ଜୋରଦାର ବର୍ଷା ଯୋଗୁ ସହରର ତଳିଆ ବ୍ରାହ୍ମଣୀଦେଈପଡ଼ା, ବଣିଆବାହାଳ, ରାଜକିଶୋରପଡ଼ା, ହେମସୁରପଡ଼ା, ଶିମିଳିପଡ଼ାର ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ସେହିପରି ଜାତୀୟ ରାଜପଥ ୫୫ର ଅନୁଗୋଳରୁ କାରଗିଲ ପେଟ୍ରୋଲ ପମ୍ପ, କରଡ଼ାଗାଡ଼ିଆ ଛକରେ ମଧ୍ୟ ପାଣିର ସୁଅ ଦେଖିବାକୁ ମିଳିଥିଲା।
ଜିଲାରେ ମୋଟ ୫୪୬ ମିଲିମିଟର ବର୍ଷା ହୋଇଥିବା ଜରୁରିକାଳୀନ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଠମଲ୍ଲିକରେ ସର୍ବାଧିକ ୧୬୬ ମିଲିମିଟର, କଣିହଁାରେ ୯୯.୨ ମିମି, ଅନୁଗୋଳରେ ୫୮.୦ ମିମି, ଛେଣ୍ଡିପଦାରେ ୫୧.୨ ମିମି, ପାଲଲହଡ଼ାରେ ୪୫.୦ ମିମି, ବଅଁରପାଳରେ ୪୪.୮ ମିମି, ତାଳଚେରରେ ୪୨.୦ ମିମି, କିଶୋରନଗରରେ ୪୦.୦ ମିମି ବର୍ଷା ହୋଇଛି। ଅନୁଗୋଳ ସହରରେ ୫୮.୦ ମିମି ବର୍ଷା ହେବା ଫଳରେ ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି। ଏଥିପାଇଁ ଅନୁଗୋଳ ପୌରପାଳିକାକୁ ଦାୟୀ କରିଛନ୍ତି ଭାଜପାର କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ। ସେ କହିଛନ୍ତି, ପୌରପାଳିକା ପକ୍ଷରୁ ରାସ୍ତା ମରାମତି ହେଉନାହିଁ। ପାଣି ଜମୁଥିବା ସ୍ଥାନ ଗୁଡ଼ିକରେ ଡ୍ରେନ ବ୍ୟବସ୍ଥା ବିପର୍ଯ୍ୟସ୍ତ ଥିବାରୁ ଏପରି ପରିସ୍ଥିତି ଉପୁଜୁଛି। ତେଣୁ ଏଗୁଡ଼ିକ ପ୍ରତି ପୌରପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ ବୋଲି ସେ କହିଛନ୍ତି। ସହରରୁ ତୁରନ୍ତ ପାଣି ନିଷ୍କାସନ ପାଇଁ ବ୍ୟବସ୍ଥା କରିବା ସହ ମଶା ତେଲ ଓ ବ୍ଲିଚିଂ ପକାଇବା ପାଇଁ ସେ ଦାବି କରିଛନ୍ତି।
ଜଙ୍ଗଲରେ ଭୋଜି ମନା
ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…
ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍ ପଛରେ ପିଟିହେଲା କାର୍, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…
ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…
ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ
ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…
୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ
ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…
ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ
ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…
ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….
ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…
ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…
ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…
ଘରକୁ ଫେରୁଥିବା ବେଳେ ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ
ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…
Archives

