ବର୍ଷାରେ ବେହାଲ ରାସ୍ତା

ପରଜଙ୍ଗ, ୨୮।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରିଛି ଅଦିନିଆ ବର୍ଷା। ଏଥିରେ ଶୋଚନୀୟ ହୋଇପଡ଼ିଛି ଗ୍ରାମ୍ୟ ସଡ଼କ। ଖାଲଖମାରେ ଭର୍ତ୍ତି ହୋଇପଡ଼ିଥିବା ରାସ୍ତାରେ ଆଣ୍ଠୁଏ ପାଣି ଜମି ରହିଛି। କାଦୁଅରେ ଯାତ୍ରୀମାନେ କଲବଲ ହେଉଥିବାବେଳେ ଏହାକୁ ନେଇ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି।
ଦୁଇଦିନ ଧରି ହୋଇଥିବା ଅଦିନିଆ ବର୍ଷାରେ ୫୩ନଂ. ଜାତୀୟ ରାଜପଥର ହାତୀଲୁଚାଣି ଛକଠାରୁ କୁଆଳୋ ଅଷ୍ଟଶମ୍ଭୁ ମନ୍ଦିର, କୁଆଳୋ, କଲଦା, କଣ୍ଢେଇଖୋଲ, ସିଙ୍ଗଡ଼ା, ବ୍ରାହ୍ମଣବେଡ଼ିଆ, ବାଲିସାହି, ଶୁଣ୍ଢିତଇଲା ଆଦି ଗ୍ରାମକୁ ସଂଯୋଗ କରୁଥିବା ଆର୍‌ଡି ରାସ୍ତା ମରଣଯନ୍ତା ପାଲଟିଛି। ଫଳରେ କୁଆଳୋ ଅଷ୍ଟଶମ୍ଭୁ ଶୈବପୀଠକୁ ଆସୁଥିବା ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ସୂଚନାଯୋଗ୍ୟ, ମରାମତି କରାଯାଉ ନ ଥିବାରୁ ଉକ୍ତ ରାସ୍ତାରେ ବଡ ବଡ଼ ଖାଲ ସୃଷ୍ଟି ହୋଇଥିଲା। ଏହା ଏବେ ବିରାଟ ଆକାର ଧାରଣ କରିଛି। ବର୍ଷା ପାଣି ଜମି ରହିବା ପରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଉକ୍ତ ରାସ୍ତା ଉପରେ ୨ ପଞ୍ଚାୟତର ହଜାର ହଜାର ଜନସାଧାରଣ ନିର୍ଭର କରିଥାନ୍ତି। ସ୍କୁଲ, କଲେଜର ଶତାଧିକ ଛାତ୍ରୀଛାତ୍ର ପାଠ ପଢ଼ିବାକୁ ଏହି ରାସ୍ତା ଦେଇ ଯାଇଥାନ୍ତି। ସେହିପରି ଶୁକ୍ରବାର କୁଆଲୋ ସାପ୍ତାହିକ ହାଟକୁ ବହୁ ବ୍ୟବସାୟୀ ଆସୁଥିବାବେଳେ ସେମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ତେଣୁ ତୁରନ୍ତ ରାସ୍ତା ମରାମତି କରିବା ଦିଗରେ ଧ୍ୟାନ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଏ ନେଇ ବିଭାଗୀୟ ଯନ୍ତ୍ରୀ ପୁରୁଷୋତ୍ତମ ଗଡ଼ନାୟକ କୁହନ୍ତି, ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ସମ୍ପର୍କରେ ସେ ଅବଗତ ଅଛନ୍ତି। ଏହାର ମରାମତି କରାଯିବାକୁ ଏଷ୍ଟିମେଟ୍‌ ହୋଇଛି। ଟଙ୍କା ମଞ୍ଜୁର ହେଲେ କାମ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri