Posted inଭଦ୍ରକ

ବର୍ଷାରେ ଭିଜିଲା ଅମଳ ଧାନ

ବନ୍ତ,୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇଛି। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ଦାଉ ସାଧୁଛି। ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ବର୍ତ୍ତମାନ ସୁଦ୍ଧା ବ୍ଲକର ଅର୍ଦ୍ଧାଧିକ ଚାଷଜମିରେ ଧାନ ଅମଳ ହୋଇପାରି ନାହିଁ। କେତେକ ସ୍ଥାନରେ ଚାଷୀମାନେ ଧାନ କାଟି କ୍ଷେତରେ ପକାଇଥିବାବେଳେ ଆଉ କେତେକ ଚାଷଜମିରୁ କଟା ଧାନ ଆଣି ଖଳାରେ ରଖିଛନ୍ତି। ଏପରି ସ୍ଥଳେ ଶୁକ୍ରବାରଠାରୁ ଅଦିନିଆ ବର୍ଷା ଆରମ୍ଭ ହୋଇଯାଇଛି। ସକାଳଠାରୁ ଝିପିଝିପି ବର୍ଷା ହେବା ସହ ପୂର୍ବାହ୍ନରୁ ଅଧିକ ବର୍ଷା ହୋଇଥିଲା। କ୍ଷେତରେ କଟାଧାନକୁ ସୁରକ୍ଷିତ ସ୍ଥାନକୁ ଆଣିବା ପାଇଁ ଚାଷୀମାନେ ଆପ୍ରାଣ ଚେଷ୍ଟା ଚଳାଇଥିଲେ। ମାତ୍ର ଖଳାକୁ ଅଣାଯାଇଥିବା ଅମଳ ଧାନ ବର୍ଷାରେ ଭିଜିଯାଇଛି। ଜମିରେ କଟା ଯାଇ ନ ଥିବା ଧାନ ଏବେ ଆଉ ଅମଳ ହୋଇପାରିବ ନାହିଁ ବୋଲି କେତେଜଣ ଚାଷୀ କହିଛନ୍ତି। ବାତ୍ୟାରେ ବହୁ ଚାଷଜମିରେ ଧାନ ଗଛଗୁଡ଼ିକ ଶୋଇପଡ଼ିଥିଲା। ଏବେ ବର୍ଷା ହେବା ଫଳରେ ତାହା ମାଟିରେ ଲାଗିଯାଇଛି। ଧାନ ଗଜା ହୋଇ ନଷ୍ଟ ହେବା ଆଶଙ୍କାରେ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ସେହିପରି ପୂର୍ବରୁ ଅମଳ ହୋଇଥିବା ଧାନକୁ ଚାଷୀମାନେ ବିକ୍ରୟ ଉଦ୍ଦେଶ୍ୟରେ ମଣ୍ଡିରେ ରଖିଥିବା ବେଳେ ତାହା ଏବେ ବର୍ଷାରେ ଭିଜୁଛି। ଧାର୍ଯ୍ୟ ସମୟ ମଧ୍ୟରେ ମିଲରମାନେ ଧାନ ନେଇ ନ ଥିବାରୁ ମଣ୍ଡିରେ ଶତାଧିକ ଧାନ ବସ୍ତା ପଡ଼ିରହିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?