ବର୍ଷାରେ ଭୁଶୁଡିଲା ପୋଲ, ଯାତାୟାତ ବାଧାପ୍ରାପ୍ତ: ଯୋଗାଯୋଗରୁ ବିଚ୍ଛିନ୍ନ କଛାରପଡାବାସୀ

ଜୁନାଗଡ,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ରବିବାର, ସୋମବାର ୨ ଦିନ ଧରି ଲଗାଣ ବର୍ଷାରେ ଚାରିଆଡେ ଜଳମଗ୍ନ ହୋଇଥିଲା। ଏଥିଯୋଗୁ ନାଳ(ଯୋର), ନଦୀରେ ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ-କଛାରପଡାକୁ ସଂଯୋଗ କରୁଥିବା ରାସ୍ତା ମଧ୍ୟର ଏକ ନାଳର ପୋଲ ମଙ୍ଗଳବାର ମଧ୍ୟାହ୍ନରେ ହଠାତ ଭୁଷୁଡି ପଡିଥିଲା। ଫଳରେ କଛାରପଡାଠାରୁ ଗୌଡଛେଣ୍ଡିଆକୁ ଯାନବାହନ ଚଳାଚଳ ବନ୍ଦ ରହିଛି। ପଛପଟେ ହାତୀନଦୀ ଓ ଆଗପଟେ ଏହି ନାଳ ଥିବାରୁ ପଡାବାସୀ ଯୋଗାଯୋଗରୁ ବିଚ୍ଛିନ୍ନ ହୋଇଛନ୍ତି। ବର୍ତ୍ତମାନ ଅତି ଜରୁରୀ କାମ ପାଇଁ ବିପଦସଙ୍କୁଳ ଅବସ୍ଥାରେ ପଡାବାସୀ ନାଳରେ ପାର ହୋଇ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦୀର୍ଘଦିନ ହେବ ଏହି ପୋଲ ରକ୍ଷଣାବେକ୍ଷଣ ଅଭାବରୁ ବିପଦସଙ୍କୁଳ ଅବସ୍ଥାରେ ରହିଥିଲା। ଏଠାରେ ଏକ ନୂତନ ପୋଲ ନିର୍ମାଣ କରିବା ପାଇଁ ପଡାବାସୀ ସ୍ଥାନୀୟ ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିବା ପଡାବାସୀ ଅଭିଯୋଗ କରିଛନ୍ତି । କଛାରପଡା-ଗୌଡଛେଣ୍ଡିଆ ଅଢେଇ କି.ମି. ରାସ୍ତାକୁ ଗତ କିଛିଦିନ ତଳେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ସାମିଲ କରାଯାଇଛି। ଜୈନିକ ଠିକାଦାର ବର୍ତ୍ତମାନ ରାସ୍ତା କାମ ଆରମ୍ଭ କରି ମାଟି ଓ ମୋରୁମ ପକାଉଛନ୍ତି। ତେବେ ଏହି ପୋଲ ନିର୍ମାଣ ପାଇଁ କୌଣସି ଇଷ୍ଟିମେଣ୍ଟ ନ ଥିବା ଜଣାପଡିଛି। ଏହାକୁ ନେଇ କଛରାପଡାବାସୀ ଏବେ ଚିନ୍ତାରେ ରହିଛନ୍ତି। ଏହି ପଡାରେ ଥିବା ପ୍ରାଥମିକ ବିଦ୍ୟାଳୟ କମ୍‌ ଛାତ୍ରୀଛାତ୍ର ଯୋଗୁ ଗତ କିଛିଦିନ ତଳେ ବନ୍ଦ ହୋଇଯାଇଛି। ଫଳରେ ଏଠାକାର ଛାତ୍ରୀଛାତ୍ର ଅଢେଇ କି.ମି. ଦୂର ଗୌଡଛେଣ୍ଡିଆ ପ୍ରାଥମିକ ବିଦ୍ୟାଳୟକୁ ପଢିବାକୁ ଯାଉଛନ୍ତି। ଏବେ ପୋଲ ଭୁଶୁଡିଯିବାରୁ ଛୋଟ ପିଲାମାନେ କିପରି ନାଳ ପାର ହୋଇ ସ୍କୁଲକୁ ଯିବେ ତାହାକୁ ନେଇ ସ୍ଥାନୀୟ ଅଭିଭାବକ ମଧ୍ୟରେ ଚିନ୍ତାର କାରଣ ପାଲଟିଛି। ଏପଟେ ପୋଲ ଭୁଶୁଡିବା ଖବର ପାଇ ଗୌଡଛେଣ୍ଡିଆ ସରପଞ୍ଚ ମଞ୍ଜୁଳା ହାତୀ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏ ନେଇ ଗ୍ରାମ୍ୟ ଉନ୍ନ ବିଭାଗର କନିଷ୍ଟ ଯନ୍ତ୍ରୀ ଭଗବାନ ଗୌଡଙ୍କୁ ପଚାରିବାରୁ ବୁଧବାର ଘଟଣାସ୍ଥଳ ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri