Posted inଖେଳ

ବଲବୀର ସିଂ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୦।୫: ଭାରତୀୟ ହକି ଲିଜେଣ୍ଡ ବଲବୀର ସିଂ ଚଣ୍ଡିଗଡର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ପିଜିଆଇ ଚଣ୍ଡିଗଡକୁ ନିଆଯାଇଥିଲା। କିନ୍ତୁ ଶେଷରେ ଶନିବାର ତାଙ୍କୁ ଫୋର୍ଟିଜ ମୋହାଲିରେ ଭର୍ତ୍ତି କରାଯାଇଛି। ୧୯୪୮ ଲଣ୍ଡନ, ୧୯୫୨ ହେଲସିଙ୍କି ଓ ୧୯୫୬ ମେଲବୋର୍ନ ଅଲିମ୍ପିକ୍ସରେ ଭାରତ ସ୍ବର୍ଣ୍ଣ ପଦକ ଜିତିଥିଲା। ଏହି ୩ଟି ଅଲିମ୍ପିକ୍ସରେ ଭାରତ ତରଫରୁ ପ୍ର୍‌ତିନିଧିତ୍ୱ କରି ବଲବୀର ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଅଲିମ୍ପିକ୍ସ ଫାଇନାଲରେ ସର୍ବାଧିକ ଗୋଲ ସ୍କୋର କରିବାର ରେକର୍ଡ ତାଙ୍କ ନାମରେ ଏବେବି ଅତୁଟ ରହିଛି। ୧୯୫୨ ଅଲିମ୍ପିକ୍ସ ଫାଇନାଲରେ ଭାରତ ପ୍ରତିପକ୍ଷ ନେଦରଲାଣ୍ଡ୍ସକୁ ୬-୧ ଗୋଲରେ ପରାସ୍ତ କରି ସ୍ବର୍ଣ୍ଣପଦକ ହାସଲ କରିଥିଲା। ଏହି ନିର୍ଣ୍ଣାୟକ ମୁକାବିଲାରେ ସେ ୫ଟି ଗୋଲ ସ୍କୋର କରିଥିଲେ। ୧୯୭୫ ବିଶ୍ୱକପ୍‌ରେ ଭାରତ ଚାମ୍ପିୟନ ହୋଇଥିଲା। ଏହି ବିଶ୍ୱକପ୍‌ରେ ବଲବୀର ଭାରତ କୋଚ୍‌ ଦାୟିତ୍ୱ ସମ୍ପାଦନ କରିଥିଲେ। ପୁଣି ତାଙ୍କ ତତ୍ତ୍ୱାବଧାନରେ ଭାରତ ୧୯୭୧ ବିଶ୍ୱକପ୍‌ରେ ବ୍ରୋଞ୍ଜ୍‌ ପଦକ ଜିତିଥିଲା।
ପୂର୍ବରୁ ତାଙ୍କୁ ୨୦୧୯ ଜୁଲାଇରେ ମଧ୍ୟ ଅସୁସ୍ଥତା କାରଣରୁ ଚଣ୍ଡିଗଡସ୍ଥିତ ପିଜିଆଇଏମ୍‌ଇଆରରେ ଭର୍ତ୍ତି କରାଯାଇଥିଲା। ନିଃଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଦେଖାଦେବାରୁ ତାଙ୍କର ଚିକିତ୍ସା କରାଯାଇଥିଲା। ସେତେବେଳେ ତାଙ୍କୁ ଦେଖା କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଓ କ୍ରୀଡ଼ାମନ୍ତ୍ରୀ ରାଣା ଗୁରମିତ ସିଂ ସୋଧୀ ହସ୍ପିଟାଲ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri