Posted inଖେଳ

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବିକଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ ୯୫ ବର୍ଷୀୟ ବଲ୍‌ବୀରଙ୍କୁ ତାଙ୍କ ସମୟର ଜଣେ ଚମତ୍କାର କ୍ରୀଡ଼ାବିତ୍‌ ଭାବେ ଅଭିହିତ କରିଛନ୍ତି। ‘ମୁଁ ଆପଣଙ୍କ ଧ୍ୟାନ ଆକର୍ଷଣ କରି ଅନୁରୋଧ କରୁଛି କି ବଲ୍‌ବୀର ସିଂ ସିନିୟରଙ୍କୁ ଭାରତ ରତ୍ନ ପ୍ରଦାନ କରାଯାଉ, ଯିଏ ସ୍ବାଧୀନ ଭାରତର ସବୁଠାରୁ ସମ୍ମାନାସ୍ପଦ ଏବଂ ଚମତ୍କାର ଖେଳାଳି ରହିଥିଲେ’ ବୋଲି ଅମରିନ୍ଦର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ‘ଫିଲ୍ଡ ହକିରେ ଜଣେ ଚମତ୍କାର ଖେଳାଳି ରହିଥିବା ବଲ୍‌ବୀର ୧୯୪୮, ୧୯୫୨ ଓ ୧୯୫୬ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟ ରହିଥିଲେ। ହକିକୁ ଅବଦାନ ଲାଗି ପୂର୍ବରୁ ୧୯୫୭ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏବେ ଭାରତ ରତ୍ନ ପୁରସ୍କାର ପାଇଁ ବଲ୍‌ବୀର ସିଂ ସିନିୟରଙ୍କ ନାମ ବିଚାରକୁ ନିଆଯାଉ’ ବୋଲି ଅମରିନ୍ଦର ଏହି ଚିଠିରେ ଲେଖିଛନ୍ତି। ଗୋଟିଏ ଅଲିମ୍ପିକ ଫାଇନାଲରେ ବ୍ୟକ୍ତିଗତ ଭାବେ ସର୍ବାଧିକ ଗୋଲସ୍କୋର କରିବାର ରେକର୍ଡ ବଲ୍‌ବୀରଙ୍କ ନାମରେ ଆଜି ବି ଲିପିବଦ୍ଧ ହୋଇରହିଛି। ୧୯୫୨ ଅଲିମ୍ପିକ ଫାଇନାଲରେ ସେ ନେଦରଲାଣ୍ଡ୍ସ ବିପକ୍ଷରେ ଏକାକୀ ୫ଟି ଗୋଲସ୍କୋର କରିଥିଲେ। ଏହି ମ୍ୟାଚ୍‌କୁ ଭାରତ ୬-୧ ଗୋଲରେ ଜିତି ଚାମ୍ପିୟନ ହୋଇଥିଲା। ସେହିଭଳି ୧୯୭୫ ବିଶ୍ୱ ବିଜୟୀ ଭାରତୀୟ ଦଳର ସେ ମ୍ୟାନେଜର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri