ବଲାଙ୍ଗୀର ଛୁଇଁଲା କରୋନା, ୨ ସଂକ୍ରମିତ ଚିହ୍ନଟ

ବଲାଙ୍ଗୀର ଅଫିସ,୧।୫- ବଲାଙ୍ଗୀର ଜିଲାକୁ କରୋନା ଛୁଇଁଛି। ଗୁଡଭେଲା ବ୍ଲକ୍‌ ରୁଷୁଡା ପଞ୍ଚାୟତ ଅନ୍ତର୍ଗତ ଲିଖିରିଆ ଗଁାର ଦୁଇଜଣ ଯୁବକଙ୍କ ସ୍ବାବ୍‌ ଟେଷ୍ଟ କରୋନା ପଜିଟିଭ ବାହାରିଛି। ସେହି ଦୁଇ ଯୁବକ ପ୍ରାୟ ଦେଢ଼ମାସ ତଳେ ତାମିଲନାଡୁରୁ ଫେରିଥିଲେ। ଏହି ଖବର ମିଳିବା ପରେ ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ତୁରନ୍ତ ଆନୁସଙ୍ଗିକ କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲିଖିରିଆ ଗଁାରେ ପହଞ୍ଚତ୍ଛି ରାପିଡ୍‌ ରେସ୍‌ପନ୍ସ ଟିମ୍‌। ସ୍ବାବ୍‌ ଟେଷ୍ଟ ପଜିଟିଭ ବାହାରିଥିବା ଦୁଇ ଯୁବକଙ୍କୁ ବଲାଙ୍ଗୀର କୋଭିଡ୍‌ ହସ୍‌ପିଟାଲକୁ ସ୍ଥାନାନ୍ତରଣ କରାଯିବା ବ୍ୟବସ୍ଥା ଆରମ୍ଭ ହୋଇଛି। ଏହା ସହିତ ସେହି ସଂକ୍ରମିତ ଯୁବକମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ଓ ସେମାନଙ୍କ ଭ୍ରମଣ ଇତିହାସ (ଟ୍ରାଭେଲ ହିଷ୍ଟ୍ରି) ସମ୍ପର୍କରେ ସ୍ବାସ୍ଥ୍ୟ ଅଧିକାରୀମାନେ ଉଭୟ ସଂକ୍ରମିତଙ୍କଠାରୁ ପଚାରି ବୁଝୁଛନ୍ତି। ଜିଲାପାଳ ଅରିନ୍ଦମ ଡାକୁଆ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ କହିଛନ୍ତି ଯେ, ଗତ ମାର୍ଚ୍ଚ ୧୭ ତାରିଖରେ ଏହି ଦୁଇ ସଂକ୍ରମିତ ଯୁବକ ତାମିଲନାଡୁରୁ ଫେରିଥିଲେ। ଫେରିବା ପରେ ୧୪ ଦିନ ପାଇଁ ସେମାନେ କ୍ୱାରାଣ୍ଟାଇନ୍‌ରେ ଥିଲେ। ଏହାପରେ ଗତ ଏପ୍ରିଲ ୨୮ ତାରିଖ ଦିନ ସେହି ଦୁଇ ଯୁବକଙ୍କ ଠାରୁ ସ୍ବାବ୍‌ କଲେକସନ୍‌ ହୋଇ ପରୀକ୍ଷା ପାଇଁ ପଠାଯାଇଥିଲା। ଉଭୟ ଯୁବକ କରୋନା ପଜିଟିଭ ଜଣାପଡିବା ପରେ ବର୍ତ୍ତମାନ୍‌ ଗୁଡଭେଲା ବ୍ଳକ୍‌ ବିଡିଓ, ତହସିଲଦାର ଓ ଏସ୍‌ଡିପିଡଙ୍କୁ ଗଁା କନଟେନ୍‌ମେଣ୍ଟ କରିବା ଓ ସିଲିଂ ପଏଣ୍ଟ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଉଭୟ ସଂକ୍ରମିତ ଯୁବକଙ୍କ ସଂସ୍ପର୍ଶ ତାଲିକା ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ସଂସ୍ପର୍ଶ ତାଲିକା ପ୍ରସ୍ତୁତି କରାଯାଉଛି। ସେ ସମସ୍ତଙ୍କ ସ୍ବାବ୍‌ ଟେଷ୍ଟ କରାଯିବ ବୋଲି ଜିଲାପାଳ ଡାକୁଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri