ବଲାଙ୍ଗୀର ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ୍‌, ଓହ୍ଲାଇଲେ ୨୨୫ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୬ା୫- ବଲାଙ୍ଗୀର ରେଳଷ୍ଟେଶନରେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ତାମିଲନାଡୁର କୋଏମ୍ବାଟୁରଠାରୁ ବାଲେଶ୍ୱର ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଥିଲା। ଏହି ଷ୍ଟେଶନ୍‌ରେ ୨୨୫ ଜଣ ପ୍ରବାସୀ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀର ଜିଲାର ୩୦ଜଣ, ବରଗଡର ୩୧, ବୌଦ୍ଧ ଜିଲାର ୫୦, ଦେବଗଡର ୭, ଝାରସୁଗୁଡାର ୧, କଳାହାଣ୍ଡି ଜିଲାର ୩୦, ନୟାଗଡର ୨୪, ନୂଆପଡାର ୧୪, ସମ୍ବଲପୁର ଜିଲାର ୧୦, ସୁବର୍ଣ୍ଣପୁର ଜିଲାର ୨୫ ଓ ସୁନ୍ଦରଗଡ ଜିଲାର ୩ ଜଣ ପ୍ରବାସୀ ଶ୍ରମିକ ଥିଲେ। ସମସ୍ତଙ୍କୁ ରେଳଷ୍ଟେଶନ ବାହାରେ ଥିବା କାଉଣ୍ଟରରେ ରେଜିଷ୍ଟ୍ରେଶନ କରାଯାଇଥିଲା । ସେଠାରେ ସମସ୍ତ ପ୍ରବାସୀଙ୍କ ଥର୍ମାଲ ସ୍କ୍ରିନିଂ କରାଯିବା ସହ ଷ୍ଟାମ୍ପ ଲଗାଯାଇଥିଲା । ପ୍ରବାସୀମାନଙ୍କ ପାଇଁ ସେଠାରେ ଖାଦ୍ୟ, ପାନୀୟ ବ୍ୟବସ୍ଥା କରାଯାଇଥିଲା। ସେଠାରୁ ବିଭିନ୍ନ ବସ୍‌ ଓ ଯାନବାହନରେ ପ୍ରବାସୀମାନଙ୍କ ବିଭିନ୍ନ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ଜିଲାପାଳ ଅରିନ୍ଦମ ଡାକୁଆ, ଏସପି ସନ୍ଦୀପ ମାଡକର, ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ। ଏହି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସିବା ପରିପ୍ରେକ୍ଷୀରେ ପ୍ରବାସୀଙ୍କ ଆଗମନ ଓ ପ୍ରତ୍ୟାଗମନକୁ ସୁବ୍ୟବସ୍ଥିତ କରିବା ପାଇଁ ସହରରେ କେତେକ ନିର୍ଦ୍ଦିଷ୍ଟ ରାସ୍ତା ଓ ଅଞ୍ଚଳରେ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯାଇଥିଲା। କୋଏମ୍ବାଟୁର-ବାଲେଶ୍ୱର ଟ୍ରେନ୍‌ ପରେ ଆନ୍ଧ୍ରପ୍ରଦେଶର କୁର୍ନୂଲରୁ ଆସୁଥିବା ଟ୍ରେନ୍‌ ସନ୍ଧ୍ୟାରେ ବଲାଙ୍ଗୀର ଷ୍ଟେଶନ୍‌ରେ ପହଞ୍ଚତ୍ବ ବୋଲି କୁହାଯାଇଥିଲା। ମାତ୍ର ଏହି ଟ୍ରେନ୍‌ ପହଞ୍ଚତ୍ବା ଢ଼େର ବିଳମ୍ବ ହେବ ବୋଲି ସୂଚନା ମିଳିଛି । ଏହି ଟ୍ରେନ୍‌ରେ ମଧ୍ୟ ଓଡିଶାର ବିଭିନ୍ନ ଜିଲାର ପ୍ରବାସୀମାନେ ଆସି ବଲାଙ୍ଗୀର ରେଳଷ୍ଟେଶନ୍‌ରେ ଓହ୍ଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri