ବଲାଙ୍ଗୀର ମାଛ ବଜାରରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ

ବଲାଙ୍ଗୀର ଅଫିସ,୧।୪-ବଲାଙ୍ଗୀର ଜିଲା ପ୍ରଶାସନ ଓ ଟାଉନ୍‌ ପୋଲିସ ଲକ୍‌ଡାଉନ୍‌ କଟକଣାକୁ କିପରି କଡାକଡି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ ଜାରି ରଖିଛି। ହେଲେ ବୁଧବାର ବଲାଙ୍ଗୀର ରୁଗୁଡିପଡା ରାସ୍ତାକଡ଼ ମାଛ ବଜାରରେ ଲକ୍‌ ଡାଉନ୍‌ ନିୟମକୁ ଖୋଲାଖୋଲି ଭାବେ ମାଛ ବ୍ୟବସାୟୀ ଓ ଗ୍ରାହକମାନେ ଉଲଙ୍ଘନ କରୁଥିବାର ଦେଖିବାକୁ ମିଳିଛି। ବଲାଙ୍ଗୀର ପୋଲିସ ପକ୍ଷରୁ ମାଛ ବଜାରରେ ଭିଡ କମାଇବା ତଥା ସାମାଜିକ ଦୂରତା ବଜାୟ ରଖିବା ପାଇଁ ଚୁନ ପକାଇ ମାର୍କିଂ କରାଯାଇଥିଲା। ଉକ୍ତ ମାର୍କିଂ ଭିତରେ ରହି ଲୋକେ ମାଛ, ମାଂସ କିଣିପାରିବେ ବୋଲି ପୋଲିସ ପକ୍ଷରୁ ଲୋକଙ୍କୁ ସୂଚନା ଦିଆଯାଇଥିଲା। କିନ୍ତୁ ବଜାରରେ ମାଛ ନେବା ପାଇଁ ମୁହଁକୁ ମୁହଁ ଯୋଡି ଛିଡା ହୋଇଥିଲେ ଗ୍ରାହକ। ସାମାଜିକ ଦୂରତା ଭୁଲି ମାଛ ବଜାରରେ ପୂର୍ବ ଭଳି ଭିଡ ଦେଖିବାକୁ ମିଳିଥିଲା। ଗୋଟିଏ ମାଛ ଦୋକାନ ସମ୍ମୁଖରେ ୧୦/୧୫ ଜଣ ଗହଳି କରି ଛିଡା ହୋଇଥିବା ଦେଖିବାକୁ ମିଲିଥିଲା। ପୋଲିସ ପ୍ରଶାସନ ଯେତେ ସଚେତନ କଲେ ମଧ୍ୟ ଲୋକେ ସଚେତନତା ଉପରେ ଗୁରୁତ୍ୱ ଦେଉନାହାନ୍ତି। ଅନେକ ବ୍ୟକ୍ତି ଲକ୍‌ଡାଉନକୁ ନ ମାନି ବାହାରେ ବୁଲୁଥିବା ବେଳେ ମାଛ ବଜାରରେ ଅଯଥା ଭିଡ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri