ବଲାଙ୍ଗୀରରେ ପହଞ୍ଚିବେ ପ୍ରବାସୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବଲାଙ୍ଗୀର,୧୪ା୫: ବଲାଙ୍ଗୀର ରେଲ୍‌ୱେ ଷ୍ଟେଶନରେ ଗୁରୁବାର ମଧ୍ୟାହ୍ନରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିବ। ଏହି ଟ୍ରେନରେ ଆସୁଥିବା ପ୍ରବାସୀଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇ ସହରର କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି। ସକାଳ ୯ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। ରେଲ୍‌ୱେ ଷ୍ଟେଶନ, ସାଲେପାଲି ଗାଁ, ରେଲୱେ ଷ୍ଟେଶନରୁ ସାଲେପାଲି, ଆରଟିଓ ଅଫିସ ରିଙ୍ଗ ରୋଡ୍‌ ଦେଇ ଟିଟିଲାଗଡ଼ ରୋଡ୍‌, ଆରଟିଓ ଛକରୁ ମହିଳା ମହାବିଦ୍ୟାଳୟ ଛକ ଦେଇ କଲେଜ ଛକ, ରେଲ୍‌ୱେ ଷ୍ଟେଶନ ଛକରୁ ସୁଦପଡା ଦେଇ ବେହେରାପାଲି ରେଲୱେ ଓଭର ବ୍ରିଜ, ବେହେରାପାଲି ଛକରୁ ଏନ୍‌ଏଚ ଅଫିସ ଛକରେ କର୍ଫ୍ୟୁ ଓ ୧୪୪ ଧାରା ଜାରି କରାଯାଇଛି। ପୋଲିସ ବାହିନୀ ସମସ୍ତ ଅଞ୍ଚଳକୁ ସୁରକ୍ଷା ବଳୟ ରଖିଛନ୍ତି। ଜିଲାପାଳ, ଏସ୍‌ପି ଓ ଅନ୍ୟ ଅଧିକାରୀମାନେ ସମସ୍ତ ବ୍ୟବସ୍ଥା ତଦାରଖ କରୁଛନ୍ତି । ଅପରାହ୍ନରେ ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ବଲାଙ୍ଗୀର ରେଲ୍‌ୱେ ଷ୍ଟେଶନରେ ପହଞ୍ଚିବ। ତେବେ ଏନେଇ ସ୍ପଷ୍ଟ ସମୟ ଜଣାପଡ଼ିନାହିଁ । ଏହି ଟ୍ରେନ ଆସିବା ସ୍ପଷ୍ଟ ହେଲେ କର୍ଫ୍ୟୁ ଅବଧି ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri