Posted inରାଜ୍ୟ

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଆଜି ବିଧାନସଭା ସମ୍ମୁଖରେ ଗଣବିକ୍ଷୋଭ

ବଲାଙ୍ଗୀର ଅଫିସ,୧୬।୭: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ମଙ୍ଗଳବାର ଭୁବନେଶ୍ୱରରେ ବିଧାନସଭା ସମ୍ମୁଖରେ ଗଣବିକ୍ଷୋଭ କରାଯିବ। ବଲାଙ୍ଗୀର ଜିଲା ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ହେବାକୁ ଥିବା ଏହି ଗଣବିକ୍ଷୋଭରେ ଜିଲାର ଶତାଧିକ ଓକିଲ, ବୁଦ୍ଧିଜୀବୀ, ରାଜନେତା, ବିଭିନ୍ନ ସଙ୍ଗଠନର ପ୍ରତିନିଧି ସାମିଲ ହେବେ। ସୋମବାର ଓକିଲ ସଂଘ ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଶତାଧିକ ଓକିଲ ଓ ପ୍ରତିନିଧି ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ମଙ୍ଗଳବାର ସକାଳେ ବିଧାନସଭା ସମ୍ମୁଖରେ ଗଣବିକ୍ଷୋଭ କରାଯିବ। ଏହି ଗଣବିକ୍ଷୋଭ କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲାର ସମସ୍ତ ନିର୍ବାଚିତ ଜନପ୍ରତିନିଧି ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି। ଏହାସହିତ ଭୁବନେଶ୍ୱରଠାରେ ଥିତ୍ବା ଜିଲାର ଶତାଧିକ ଛାତ୍ରୀଛାତ୍ର ଓ ବ୍ୟକ୍ତିବିଶେଷ ମଧ୍ୟ ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କ୍ରିୟାନୁଷ୍ଠାନ କମିଟି ସଂଯୋଜକ ଲଳିତ କୁମାର ନାୟକ ସୂଚନା ଦେଇଛନ୍ତି ା ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି ା ଯଶବନ୍ତ ସିଂ କମିଶନ ସୁପାରିଶ ଅନୁସାରେ ପଶ୍ଚିମ ଓଡ଼ିଶାର ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ପାଇଁ ବଲାଙ୍ଗୀର ହିଁ ଉପଯୁକ୍ତ ସ୍ଥାନ ବୋଲି କୁହାଯାଇଛି। ଏଭଳି ସ୍ଥିତିରେ ସରକାର ତୁରନ୍ତ ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଘୋଷଣା କରନ୍ତୁ ବୋଲି ଜିଲା ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ଦାବି କରିଆସୁଛି। ଗଡ଼ଜାତ ମିଶ୍ରଣ ପୂର୍ବରୁ ପୂର୍ବତନ ପାଟଣା ଷ୍ଟେଟରେ ଏକ ହାଇକୋର୍ଟ କାର୍ଯ୍ୟ କରୁଥିଲା। କଟକ ହାଇକୋର୍ଟ ସ୍ଥାପନ ପରେ ବଲାଙ୍ଗୀରରେ କାର୍ଯ୍ୟ କରୁଥିତ୍ବା ହାଇକୋର୍ଟ ବନ୍ଦ ହୋଇଥିଲା। ଏଣୁ ଏବେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବଲାଙ୍ଗୀରର ଦାବିକୁ ପ୍ରାଥମିକତା ଦିଆଯିବାର ଆବଶ୍ୟକତା ରହିଛି ବୋଲି ଓକିଲ ସଂଘ ସଭାପତି ପ୍ରମୋଦ କୁମାର ତ୍ରିପାଠୀ, ମିଳିତ କ୍ରିୟାନୁଷ୍ଠାନ କମିଟି ସଂଯୋଜକ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri