ବଲାଙ୍ଗୀରରେ ହେବ ଫ୍ଲାଏଓଭର, ମିନି ସଚିବାଳୟ

ବଲାଙ୍ଗୀର ଅଫିସ, ୨୨|୧ – ବଲାଙ୍ଗୀର ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ମଙ୍ଗଳବାର ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ା ଏହି ବୈଠକରେ ମହିଳା ଓ ଶିଶୁ କଲ୍ୟାଣ ଓ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ଜିଲାପାଳ ଅରିନ୍ଦମ ଡାକୁଆ, ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଅନ୍ୟ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ ା ବୈଠକରେ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରାଯିବା ସହ କିଛି ନୂଆ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ସମ୍ପର୍କରେ ଆଲୋଚନା ହୋଇଥିଲା ା
ବଲାଙ୍ଗୀର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଟ୍ରାଫିକ ସମସ୍ୟାକୁ ଆଖି ଆଗରେ ରଖି ଖୁବ୍‌ ଶୀଘ୍ର ସହର ମଧ୍ୟରେ ଏକ ଫ୍ଲାଏଓଭର ନିର୍ମାଣ କରିବା ପାଇଁ ବିଧାୟକ ମିଶ୍ର ପ୍ରସ୍ତାବ ରଖିଥିଲେ ା ଏହି ଫ୍ଲାଏଓଭର ସୁଦପଡା ରାସ୍ତାରୁ ସମଲେଶ୍ୱରୀ ମନ୍ଦିର, ସରକାରୀ ବସଷ୍ଟାଣ୍ଡ, ଭାଗରଥି ଛକଦେଇ ଜିଲାପାଳ ବାସଭବନ ପର୍ଯ୍ୟନ୍ତ ଯିବ ଆଲୋଚନା ହୋଇଥିଲା ା ଏହା ହେଲେ ସହର ଭିତରେ ଟ୍ରାଫିକ୍‌ ସମସ୍ୟାର ଅନେକାଂଶରେ ସମାଧାନ ହୋଇପାରିବ ବୋଲି ଆଲୋଚନା ହୋଇଥିଲା ା ଭାରିଯାନଗୁଡିକ ପ୍ଳାଇଓଭର ମଧ୍ୟଦେଇ ଯାଇପାରିବ ା ଏହି ପ୍ରସ୍ତାବ ଉପରେ ବିଭାଗୀୟ ମନ୍ତ୍ରୀ ମଲ୍ଲିକ, ଜିଲାପାଳ, ଉପଜିଲାପାଳ ଏବଂ ବିଭାଗୀୟ ଅଧିକାରୀମାନେ ସହମତ ପ୍ରକାଶ କରିଥିଲେ ା ଖୁବ୍‌ଶୀଘ୍ର ଏହା ଉପରେ ସବିଶେଷ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରି ସରକାରଙ୍କ ପାଖକୁ ପଠାଯିବ ବୋଲି ନିଷ୍ପତ୍ତି ହୋଇଥିଲା ା ବଲାଙ୍ଗୀର ସହର ମଧ୍ୟସ୍ଥଳରେ ଜିଲାପାଳ ଅଫିସ ରହିଥିତ୍ବାରୁ ଏଠାରେ ମଧ୍ୟ ଭିଡ ବଢୁଛି ା ଏଣୁ ଉପଯୁକ୍ତ ସ୍ଥାନକୁ ଜିଲାପାଳ ଅଫିସ ସ୍ଥାନାନ୍ତରଣ ନେଇ ମଧ୍ୟ ବିଧାୟକ ପ୍ରସ୍ତାବ ଦେଇଥିଲେ ା ସହରର ଉପଯୁକ୍ତ ସ୍ଥାନରେ ମିନି ସଚିବାଳୟ ଢ଼ାଞ୍ଚାରେ ଗୋଟିଏ ପରିସରରେ ସମସ୍ତ ଜିଲାସ୍ତରୀୟ ସମସ୍ତ ଅଫିସ ରଖାଯିବା ବ୍ୟବସ୍ଥା କରାଯିବା ନେଇ ପ୍ରସ୍ତାବ ରଖିଥିଲେ ା ଖୁବ୍‌ଶୀଘ୍ର ମିନି ସଚିବାଳୟ ତିଆରି ପାଇଁ ସ୍ଥାନ ନିରୂପଣ କରି ଏନେଇ ମଧ୍ୟ ଏକ ରିପୋର୍ଟ ପ୍ରସ୍ତୁତ କରିବାକୁ ମନ୍ତ୍ରୀ ମଲ୍ଲିକ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି ା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ ଆବଶ୍ୟକ ଜମି ଉପରେ ବୈଠକରେ ବିଶେଷ ଆଲୋଚନା ହୋଇଥିଲା ା ଏହା ସହିତ ଟିଟିଲାଗଡଠାରେ ନିର୍ମାଣଧୀନ ଫ୍ଲାଏ ଓଭର ଶୀଘ୍ର ଶେଷ କରିବା ନେଇ ମନ୍ତ୍ରୀ ସାହୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ା ଏହାସହ ଟିଟିଲାଗଡ ଅଞ୍ଚଳରେ ଜାତୀୟ ରାଜପଥ ନିର୍ମାଣ କାମର ସବିଶେଷ ରିପୋର୍ଟ ମଧ୍ୟ ମାଗିଥିଲେ ା ବଲାଙ୍ଗୀରଠାରେ ଏକ ଟ୍ରକ ଟର୍ମିନାଲ ନିର୍ମାଣ ପାଇଁ ଖୁବ୍‌ଶୀଘ୍ର ସ୍ଥାନ ନିରୂପଣ କରାଯିବ ବୋଲି ଜିଲାପାଳ ଉପସ୍ଥିତ ମନ୍ତ୍ରୀ ଓ ବିଧାୟକଙ୍କୁ ପ୍ରତିଶ୍ରୁତି ଦେଇଥିଲେ ା ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ବିଭିନ୍ନ ଜାଗାରେ ପାର୍କିଂ ଜୋନ ଏବଂ ସାପ୍ତାହିକ ବଜାର ତିଆରି ଓ ଅନ୍ୟ ଏକ ସ୍ଥାନରେ ଦୈନିକ ବଜାର ନିର୍ମାଣ କାମକୁ ଶୀଘ୍ର ଆରମ୍ଭ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି ା ବଲାଙ୍ଗୀର ଓ ଟିଟିଲାଗଡ ସହରର ବିଭିନ୍ନ ରାସ୍ତାଘାଟ, ଡ୍ରେନ ସମସ୍ୟା ଉପରେ ବୈଠକରେ ଆଲୋଚନା ହୋଇଥିଲା ା ବହୁ ପ୍ରତୀକ୍ଷିତ ବଲାଙ୍ଗୀର ବାଏପାସ ରାସ୍ତା କାମ ପାଇଁ ଜମି ଅଧିଗ୍ରହଣ ଖୁବ୍‌ ଶୀଘ୍ର ଆରମ୍ଭ ହେବ। ଏଥିସକାଶେ ଆବଶ୍ୟକ ଜମି ଅଧିଗ୍ରହଣ ପାଇଁ ମନ୍ତ୍ରଣାଳୟ ମଞ୍ଜୁରୀ ଗତ ୧୭ ତାରିଖରୁ ମିଳିସାରିଛି ବୋଲି ଉପସ୍ଥିତ ଜାତୀୟ ରାଜପଥ ଅଧିକାରୀ ସୂଚନା ଦେଇଥିଲେ ା ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ରାସ୍ତା ମରାମତି କାମ କିପରି ଚାଲିଛି ସେ ଉପରେ ମଧ୍ୟ ଆଲୋଚନା ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri