ବଲିଉଡରୁ ବଂଶବାଦ ନ ହଟିଲେ ସୁଶାନ୍ତଙ୍କ ଭଳି ଘଟୁଥିବ ଆତ୍ମହତ୍ୟା ଘଟଣା: ଅଭିଯୋଗ ଆଣିଲେ ଜିହା ଖାଁଙ୍କ ମା’

ମୁମ୍ବାଇ, ୧୮।୬: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡରେ ଚାଲିଥିବା ବଂଶବାଦ ବିରୋଧରେ ସ୍ବର ଉଠିବାରେ ଲାଗିଛି। ସୁଶାନ୍ତଙ୍କ ଭଳି ଆତ୍ମହତ୍ୟା କରିଥିବା ଜିହା ଖାଁଙ୍କ ମା’ ରାବିୟା ଅମିନ୍‌ ଏବେ ମୁହଁ ଖୋଲିଛନ୍ତି। ବଲିଉଡ୍‌ରୁ ବଂଶବାଦ ନ ହଟିଲେ ଏଭଳି ଆତ୍ମହତ୍ୟା ଘଟଣା ଘଟିଚାଲିଥିବ ବୋଲି ରାବିୟା କହିଛନ୍ତି। ସଲମାନ୍‌ ଖାଁ ତାଙ୍କ ଝିଅ ଜିହାର ମୃତ୍ୟୁ ତଦନ୍ତରେ ହସ୍ତକ୍ଷେପ କରିଥିବା ସେ ଅଭିଯୋଗ ଆଣିଛନ୍ତି। ବଲିଉଡ୍‌ରେ ଏଭଳି ଧାରା ବନ୍ଦ ନ ହେଲେ ଫିଲ୍ମ ଦୁନିଆରେ କଳଙ୍କ ଲାଗିବ ବୋଲି ସେ କହିଛନ୍ତି। ନିଶବ୍ଦ ଏବଂ ଘଜ୍‌ନୀରେ ଅଭିନୟ କରିଥିବା ଜିହା ୨୦୧୩ ଜୁନ୍‌ ୩ରେ ଆତ୍ମହତ୍ୟା କରିଥିଲେ। ୨୦୧୩ ଜୁନ୍‌ ୧୦ରେ ଜିହାଙ୍କ ବୟଫ୍ରେଣ୍ଡ୍‌ ସୂରଜ ପାଞ୍ଚୋଲିଙ୍କୁ ପୋଲିସ ଗିରଫ କରି ପଚରା ଉଚରା ଆରମ୍ଭ କରିଥିଲା। ତେବେ ସୂରଜଙ୍କୁ ପଚରା ଉଚରା ନ କରିବା ଲାଗି ସଲମାନ ଚାପ ପକାଇଥିବା ଜିହାଙ୍କ ମା’ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri