ବଲିଉଡରୁ ବଂଶବାଦ ନ ହଟିଲେ ସୁଶାନ୍ତଙ୍କ ଭଳି ଘଟୁଥିବ ଆତ୍ମହତ୍ୟା ଘଟଣା: ଅଭିଯୋଗ ଆଣିଲେ ଜିହା ଖାଁଙ୍କ ମା’

ମୁମ୍ବାଇ, ୧୮।୬: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡରେ ଚାଲିଥିବା ବଂଶବାଦ ବିରୋଧରେ ସ୍ବର ଉଠିବାରେ ଲାଗିଛି। ସୁଶାନ୍ତଙ୍କ ଭଳି ଆତ୍ମହତ୍ୟା କରିଥିବା ଜିହା ଖାଁଙ୍କ ମା’ ରାବିୟା ଅମିନ୍‌ ଏବେ ମୁହଁ ଖୋଲିଛନ୍ତି। ବଲିଉଡ୍‌ରୁ ବଂଶବାଦ ନ ହଟିଲେ ଏଭଳି ଆତ୍ମହତ୍ୟା ଘଟଣା ଘଟିଚାଲିଥିବ ବୋଲି ରାବିୟା କହିଛନ୍ତି। ସଲମାନ୍‌ ଖାଁ ତାଙ୍କ ଝିଅ ଜିହାର ମୃତ୍ୟୁ ତଦନ୍ତରେ ହସ୍ତକ୍ଷେପ କରିଥିବା ସେ ଅଭିଯୋଗ ଆଣିଛନ୍ତି। ବଲିଉଡ୍‌ରେ ଏଭଳି ଧାରା ବନ୍ଦ ନ ହେଲେ ଫିଲ୍ମ ଦୁନିଆରେ କଳଙ୍କ ଲାଗିବ ବୋଲି ସେ କହିଛନ୍ତି। ନିଶବ୍ଦ ଏବଂ ଘଜ୍‌ନୀରେ ଅଭିନୟ କରିଥିବା ଜିହା ୨୦୧୩ ଜୁନ୍‌ ୩ରେ ଆତ୍ମହତ୍ୟା କରିଥିଲେ। ୨୦୧୩ ଜୁନ୍‌ ୧୦ରେ ଜିହାଙ୍କ ବୟଫ୍ରେଣ୍ଡ୍‌ ସୂରଜ ପାଞ୍ଚୋଲିଙ୍କୁ ପୋଲିସ ଗିରଫ କରି ପଚରା ଉଚରା ଆରମ୍ଭ କରିଥିଲା। ତେବେ ସୂରଜଙ୍କୁ ପଚରା ଉଚରା ନ କରିବା ଲାଗି ସଲମାନ ଚାପ ପକାଇଥିବା ଜିହାଙ୍କ ମା’ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri