ବଲିଉଡରେ ବର୍ଷେ ପୂରିଲା

ମୁମ୍ବାଇ: ବଲିଉଡରେ ଅଭିନୟ ଜୀବନର ୧ବର୍ଷ ପୂରଣ କରିଛନ୍ତି ଅଭିନେତ୍ରୀ ଜାହ୍ନବୀ କପୁର ଏବଂ ଅଭିନେତା ଇଶାନ ଖଟ୍ଟର। ଦୁହେଁ ଅଭିନୟ କରିଥିବା ଧଡକ ଫିଲ୍ମର ରିଲିଜକୁ ବର୍ଷେ ସମ୍ପୂର୍ଣ୍ଣ ହୋଇଛି। ସୋସିଆଲ୍‌ ମିଡିଆରେ ଏ ସମ୍ପର୍କରେ ସେମାନେ ଭାବାବେଗପୂର୍ଣ୍ଣ ଲେଖା ପୋଷ୍ଟ କରିଛନ୍ତି। ଶଶାଙ୍କ ଖତିଆନ୍‌ଙ୍କ ନିର୍ଦ୍ଦେଶିତ ଧଡକ ମରାଠୀ ଫିଲ୍ମ ‘ସଇରାତ୍‌’ର ରୂପାନ୍ତର। କରନ୍‌ ଜୋହରଙ୍କ ଦ୍ୱାରା ଏହା ପ୍ରସ୍ତୁତ। ଜାହ୍ନବୀ ଉକ୍ତ ଫିଲ୍ମରେ ଅଭିନୟ ପାଇଁ କରନଙ୍କ ମାର୍ଗଦର୍ଶନକୁ ଧନ୍ୟବାଦ ଜଣାଇଛନ୍ତି। ସେ ମଧ୍ୟ ଶଶାଙ୍କ ଓ ଇଶାନ୍‌ଙ୍କୁ ପ୍ରଶଂସା କରିଛନ୍ତି। ସେହିପରି ଧଡକରେ ଅଭିନୟ କରିବା ପୂର୍ବରୁ ଇଶାନ୍‌ ମଜିଦ୍‌ ମଜିଦିଙ୍କ ଇଣ୍ଟରନ୍ୟାଶନାଲ ପ୍ରୋଜେକ୍ଟ ‘ବିୟଣ୍ଡ ଦି କ୍ଲାଉଡ୍ସ’ରେ ଅଭିନୟ ଜୀବନ ଆରମ୍ଭ କରିଥିଲେ। ସେ ମଧ୍ୟ କରନ୍‌, ଶଶାଙ୍କ ଏବଂ ଜାହ୍ନବୀଙ୍କୁ ଧନ୍ୟବାଦ ଜଣାଇବା ସହ ଅତୀତର ସ୍ମୃତିଚାରଣ କରିଛନ୍ତି। ଫିଲ୍ମ ନିର୍ମାଣରେ ସମସ୍ତଙ୍କର ଗଠନମୂଳକ ସହଯୋଗକୁ ସେ ପ୍ରଶଂସା କରିବା ସହିତ ସେମାନଙ୍କ ବିନା ଫିଲ୍ମର ହୃଦ୍‌ଯନ୍ତ୍ର ସ୍ପନ୍ଦିତ ହୋଇପାରିବ ନାହିଁ ବୋଲି ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri