ବଳାତ୍କାର ଘଟଣା : ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୧୦ : ନିଆଳି ଥାନା ଅଞ୍ଚଳରେ ଗତ ଅଗଷ୍ଟ ୮ରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଦିପୁନା ଭୋଇଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ଜୟନ୍ତ କୁମାର ଦାସ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଏକ ମାମଲା ରୁଜୁ କରିଥିଲେ। ଏହି ଘଟଣାର ତଦନ୍ତ କରି ୮ ସପ୍ତାହ ମଧ୍ୟରେ ଚାର୍ଜଶିଟ ଦାଖଲ କରିବାକୁ ଏନ୍‌ଏଚ୍‌ଆର୍‌ସି ଡିଜି, ଏସ୍‌ପି ଏବଂ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଓଡ଼ିଶା ଭିକ୍ଟିମ କମ୍ପେନ୍‌ସେସନ ସ୍କିମ୍‌-୨୦୧୮ ଅନୁଯାୟୀ ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମାନବାଧିକାର କର୍ମୀ ଦାସ ଦାବି କରିଛନ୍ତି। ଆଇନ ଅନୁଯାୟୀ ବଳାତ୍କାର ପୀଡ଼ିତାଙ୍କ ଚାର୍ଜଶିଟ୍‌ ୨ ମାସ ଭିତରେ ଦାଖଲ କରିବା ନିୟମ ରହିଛି। କିନ୍ତୁ ପୋଲିସ ଜାଣିଶୁଣି ଏହାକୁ ଚାପି ରଖୁଛି। ନାବାଳିକାଙ୍କୁ ବଳାତ୍କାର ଘଟଣାରେ ୪ଲକ୍ଷରୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବା ନିୟମ ରହିଛି। କିନ୍ତୁ ପୀଡ଼ିତା ଏହି କ୍ଷତିପୂରଣ ପାଇବାରୁ ବଞ୍ଚତ୍ତ ରହୁଛି ଏବଂ କୋର୍ଟ କଚେରି ମାମଲା ସମୟରେ ଆର୍ଥିକ ଯନ୍ତ୍ରଣାରେ ପୀଡ଼ିତ ହୋଇ ମାନସିକ ଭାରସାମ୍ୟ ହରାଇବାର ଦୃଷ୍ଟାନ୍ତ ରହିଛି। ଏଣୁ ପୀଡ଼ିତାଙ୍କୁ ନ୍ୟାୟ ଦେବା ସହ କ୍ଷତିପୂରଣ ବାବଦରେ ୭ ଲକ୍ଷ ଟଙ୍କା ଦେବାକୁ ମାନବାଧିକାର କର୍ମୀ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ଦାବି କରିଛନ୍ତି।
ସୂଚନାଯୋଗ୍ୟ, ଗତ ଅଗଷ୍ଟ ୭ ତାରିଖ ସନ୍ଧ୍ୟାରେ ନାବାଳିକା ଜଣକ ଏକୁଟିଆ ଘରେ ଥିବାବେଳେ ଦିପୁନା ତାଙ୍କୁ ପ୍ରଲୋଭନ ଦେଖାଇ ଛାତ ଉପରକୁ ଡାକି ନେଇ ବଳାତ୍କାର କରିଥିଲେ। ଏ ନେଇ ନାବାଳିକାଙ୍କ ମା’ଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା(ନଂ. ୧୭୮/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ନିମନ୍ତେ ମାନବାଧିକାର କର୍ମୀ ଦାସ ଏନ୍‌ଏଚ୍‌ଆରସିଙ୍କ ନିକଟରେ ମାମଲା ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri