ବଳାତ୍କାର ମାମଲାରେ ବିଏସ୍‌ଏଫ୍‌ ଅଧିକାରୀ ଗିରଫ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଯୁବତୀଙ୍କୁ ବଳାତ୍କାର କରି ଏହାର ଭିଡିଓ ଦେଖାଇ ବ୍ଲାକ୍‌ମେଲ୍‌ କରିବା ଓ ୨୦ଲକ୍ଷ ଠକିନେବା ଅଭିଯୋଗରେ ସୋମବାର ଗିରଫ ହୋଇଛନ୍ତି ବିଏସ୍‌ଏଫ୍‌ ଡିଏସ୍‌ପି ସରୋଜ ମନୋଜ କୁମାର ମହାକୁଡ଼। ମହିଳା ଥାନା ପୋଲିସ ତାଙ୍କୁ ଗିରଫ କରିବା ପରେ କ୍ୟାପିଟାଲ ହସ୍ପିଟାଲରେ ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରିଛି। ଡାକ୍ତରୀମାଇନା ସମୟରେ ମନୋଜ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ତାଙ୍କୁ ଯୁବତୀ ଜଣକ ଫସାଇ ଦେଇଛନ୍ତି। ଯୁବତୀ ଜଣକ ଲକ୍ଷ୍ମୀସାଗର ଅଞ୍ଚଳରେ ଜମି କିଣାଇ ଦେବାକୁ କହି ୧୦ ଲକ୍ଷ ଟଙ୍କା ନେଇଥିଲେ। ଜମି ନ ଦେବାରୁ ମୁଁ ତାଙ୍କୁ ଦେଇଥିବା ୧୦ ଲକ୍ଷ ଟଙ୍କା ଫେରସ୍ତ ମାଗିଥିଲି। କିନ୍ତୁ ସେ ଟଙ୍କା ନ ଦେଇ ମୋତେ ଏଭଳି ମିଥ୍ୟା ଅଭିଯୋଗ ଆଣି ଫସାଇ ଦେଇଛନ୍ତି। ଏପରି କି ମୋର ଅଶ୍ଳୀଳ ଭିଡିଓ ସେ ହିଁ ତାଙ୍କ ଫେସ୍‌ବୁକ୍‌ ଆଇଡିରୁ ଭାଇରାଲ କରିଛନ୍ତି। କୋର୍ଟକୁ ମୁଁ ଏହାର ପ୍ରମାଣ ଦେବି ବୋଲି ମନୋଜ କହିଛନ୍ତି।
ସୂଚନାଯୋଗ୍ୟ, ମନୋଜ ଜଟଣୀ ଅଞ୍ଚଳରେ ଥିବା ବିଏସ୍‌ଏଫ୍‌ କ୍ୟାମ୍ପ୍‌ରେ କାର୍ଯ୍ୟ କରନ୍ତି। ତାଙ୍କ ଘର ଜଗତ୍‌ସିଂପୁର ଜିଲାରେ ହୋଇଥିବାବେଳେ ସେ ଚନ୍ଦକା ନିକଟ ଏକ ଆପାର୍ଟମେଣ୍ଟରେ ପରିବାର ସହ ରୁହନ୍ତି। ଅଭିଯୋଗକାରିଣୀ ଯୁବତୀଙ୍କ ଘର କଟକରେ ହୋଇଥିବାବେଳେ ସେ ଭୁବନେଶ୍ୱରରେ ରହି ଏକ ବିଲ୍ଡର ସଂସ୍ଥାରେ ଏଜେଣ୍ଟ ଭାବେ କାର୍ଯ୍ୟ କରନ୍ତି। ତାଙ୍କ ଅଭିଯୋଗ ଅନୁସାରେ, ୨୦୧୭ରେ ଏକ ଜାଗା କିଣିବା ପାଇଁ ମନୋଜ ତାଙ୍କ ସହ ଯୋଗାଯୋଗ କରିଥିଲେ। ଏହାପରେ ମନୋଜ ବିଭିନ୍ନ ଆଳରେ ତାଙ୍କୁ ଦେଖା କରିବା ପାଇଁ ଡାକି ସମ୍ପର୍କ ବଢ଼ାଇଥିଲେ। ପରେ ବିବାହ ଆଳରେ ତାଙ୍କୁ ବଳାତ୍କାର କରିଥିଲେ। ଏହି ସମୟରେ ମନୋଜ ନିଜ ମୋବାଇଲ୍‌ ଫୋନ୍‌ରେ ଭିଡିଓ ରେକର୍ଡିଂ କରିଥିଲେ। ପରେ ଏହି ଭିଡିଓ ଭାଇରାଲ କରାଇ ଦେବାର ଧମକ ଦେଇ ଯୁବତୀଙ୍କୁ ବାରମ୍ବାର ବଳାତ୍କାର କରିଥିଲେ। ଏପରି କି ଭିଡିଓ ଡିଲିଟ୍‌ କରିବାକୁ ତାଙ୍କଠାରୁ ୨୦ଲକ୍ଷ ଟଙ୍କା ନେଇଥିବା ଯୁବତୀ ଜଣକ ମହିଳା ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?