ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ ଶିକ୍ଷକ ଜର୍ଜ ଗାଗରାଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ହଜାର ଟଙ୍କା ଜରିମାନା ଏବଂ ଅନାଦାୟସ୍ଥଳେ ଅଧିକ ୧ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ପୋକ୍ସୋର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ସୁଲେମାନ ଖଁା ମାମଲା ପରିଚାଳନା କରିଥିଲେ।
ମାମଲାର ବିବରଣୀ ଅନୁଯାୟୀ, କଙ୍କଡ଼ାହାଡ଼ ଥାନା ଅଞ୍ଚଳର ସମ୍ପୃକ୍ତା ୧୫ ବର୍ଷିୟା ଦିବ୍ୟାଙ୍ଗ ନାବାଳିକା ୨୦୧୬ ଅକ୍ଟୋବର ୧୫ରେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା। ନାବାଳିକା ଜଣକ ଘରେ ଥିବାବେଳେ କେନ୍ଦୁପଡ଼ା ଗ୍ରାମର ଶିକ୍ଷକ ଜର୍ଜ ଗାଗରାଇ ତାଙ୍କୁ ବଳାତ୍କାର କରିଥିଲେ। ନାବାଳିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିବା ଫଳରେ ସେ ଗର୍ଭବତୀ ହୋଇଥିଲେ। ପୀଡ଼ିତା ଜଣକ ୯ମାସର ଗର୍ଭଧାରଣା କରିବା ପରେ ଘଟଣା ପଦାକୁ ଆସିଥିଲା। ଏହାପରେ ସେ ସମସ୍ତ ଘଟଣା ନିଜ ଭାଇଙ୍କୁ ଜଣାଇଥିଲେ। ଏ ନେଇ କଙ୍କଡ଼ାହାଡ଼ ଥାନାରେ ନଂ. ୪୬/୧୬ରେ ମାମଲା ରୁଜୁ କରାଯାଇଥିଲା। ପୋଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ସିଟି ସ୍ପେଶାଲ ପୋକ୍ସୋ କେସ୍ ନଂ. ୫୦/୧୬ର ବିଚାର କରିବା ସହ ସମସ୍ତ ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଏବଂ ଦସ୍ତାବିଜ ଆଧାରରେ ଅଦାଲତ ଏହି ରାୟ ଶୁଣାଇଛନ୍ତି।
୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…
Archives

