ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ ଶିକ୍ଷକ ଜର୍ଜ ଗାଗରାଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ହଜାର ଟଙ୍କା ଜରିମାନା ଏବଂ ଅନାଦାୟସ୍ଥଳେ ଅଧିକ ୧ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ପୋକ୍ସୋର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ସୁଲେମାନ ଖଁା ମାମଲା ପରିଚାଳନା କରିଥିଲେ।
ମାମଲାର ବିବରଣୀ ଅନୁଯାୟୀ, କଙ୍କଡ଼ାହାଡ଼ ଥାନା ଅଞ୍ଚଳର ସମ୍ପୃକ୍ତା ୧୫ ବର୍ଷିୟା ଦିବ୍ୟାଙ୍ଗ ନାବାଳିକା ୨୦୧୬ ଅକ୍ଟୋବର ୧୫ରେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା। ନାବାଳିକା ଜଣକ ଘରେ ଥିବାବେଳେ କେନ୍ଦୁପଡ଼ା ଗ୍ରାମର ଶିକ୍ଷକ ଜର୍ଜ ଗାଗରାଇ ତାଙ୍କୁ ବଳାତ୍କାର କରିଥିଲେ। ନାବାଳିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିବା ଫଳରେ ସେ ଗର୍ଭବତୀ ହୋଇଥିଲେ। ପୀଡ଼ିତା ଜଣକ ୯ମାସର ଗର୍ଭଧାରଣା କରିବା ପରେ ଘଟଣା ପଦାକୁ ଆସିଥିଲା। ଏହାପରେ ସେ ସମସ୍ତ ଘଟଣା ନିଜ ଭାଇଙ୍କୁ ଜଣାଇଥିଲେ। ଏ ନେଇ କଙ୍କଡ଼ାହାଡ଼ ଥାନାରେ ନଂ. ୪୬/୧୬ରେ ମାମଲା ରୁଜୁ କରାଯାଇଥିଲା। ପୋଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ସିଟି ସ୍ପେଶାଲ ପୋକ୍ସୋ କେସ୍ ନଂ. ୫୦/୧୬ର ବିଚାର କରିବା ସହ ସମସ୍ତ ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଏବଂ ଦସ୍ତାବିଜ ଆଧାରରେ ଅଦାଲତ ଏହି ରାୟ ଶୁଣାଇଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

