ବସ୍ତାନି ବୋଝ: ଗଣଶିକ୍ଷା ବିଭାଗକୁ ରିପୋର୍ଟ ତଲବ; ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୨୭।୧: ଶିଶୁ କାନ୍ଧରେ ବହିବସ୍ତାନି ବୋଝକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ସୋମବାର ଆବେଦନକାରୀ ଆଡଭୋକେଟ କହ୍ନେୟାଲାଲ ଶର୍ମା ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ଶର୍ମା ଉଲ୍ଲେଖ କରିଛନ୍ତି ଯେ, ବସ୍ତାନି ବୋଝକୁ ହାଲୁକା କରିବା ପାଇଁ ହାଇକୋର୍ଟଙ୍କ ପକ୍ଷରୁ ଗତ ଅଗଷ୍ଟ ୫ରେ ଯେଉଁ ଆଦେଶ ଜାରି କରାଯାଇଥିଲା ତାହାକୁ ଅଧିକାଂଶ ଶିକ୍ଷାଧିକାରୀ ଅନୁପାଳନ କରୁନାହାନ୍ତି। ଗଣଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ଗତ ଅକ୍ଟୋବର ୨୧ରେ ଏ ସମ୍ପର୍କରେ ଜିଲାପାଳମାନଙ୍କୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଥିଲା, ଯେଉଁଥିରେ ଜିଲାସ୍ତରରେ ଏକ ସ୍କ୍ବାଡ୍‌ ଗଠନ କରି ସ୍କୁଲଗୁଡ଼ିକ ପରିଦର୍ଶନ ପାଇଁ କୁହାଯାଇଥିଲା। ଏପରି କି ସ୍କ୍ବାଡ୍‌ ଗଠନ ସମ୍ପର୍କରେ ୧୦ଦିନ ମଧ୍ୟରେ ଗଣଶିକ୍ଷା ବିଭାଗ ନିକଟରେ ରିପୋର୍ଟ ଦାଖଲ କରିବା ପାଇଁ କୁହାଯାଇଥିଲା। କିନ୍ତୁ ଏହାକୁ ଅଧିକାଂଶ ଜିଲାପାଳ ଓ ଶିକ୍ଷାଧିକାରୀମାନେ ଅନୁପାଳନ କରି ନ ଥିବା ଆବେଦନକାରୀ ଶର୍ମା ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ଆବେଦନକାରୀଙ୍କ ସତ୍ୟପାଠ ଉପରେ ଶୁଣାଣିକରି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ସଞ୍ଜୁ ପଣ୍ଡା ଓ ବିଚାରପତି ସଙ୍ଗମ କୁମାର ସାହୁ ଗଣଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ଆଦେଶ ଅନୁପାଳନ କରିବା ସମ୍ପର୍କିତ ରିପୋର୍ଟ ସତ୍ୟପାଠ ଆକାରରେ ଦାଖଲ କରିବା ପାଇଁ ଆଦେଶ ଦେଇଛନ୍ତି। ମାର୍ଚ୍ଚ ୨କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri