ବସ୍ତାରେ ଚାଉଳ କମ୍‌ ରହୁଥିବା ନେଇ ଉଦ୍‌ବେଗ

ଖଇରା, ୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ଖାଦ୍ୟ ସୁରକ୍ଷା ଯୋଜନାରେ ଖାଉଟି ସାମଗ୍ରୀ ବଣ୍ଟନ ଦାୟିତ୍ୱରେ ଥିବା ସମସ୍ତ ଡିଲରଙ୍କ ଏକ ବୈଠକ ସୋମବାର ଖଇରା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏଥିରେ ପୌରୋହିତ୍ୟ କରିଥିଲେ ା ବ୍ଲକ ଯୋଗାଣ ବିଭାଗ ଅଧିକାରୀ ନିରଞ୍ଜନ ସାହୁ ଓ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ୩ମାସ ପାଇଁ ଅଗ୍ରୀମ ଭାବେ ଦିଆଯାଇଥିବା ଖାଉଟି ସାମଗ୍ରୀ ବଣ୍ଟନ ଉପରେ ଆଲୋଚନା କରାଯାଇଥିଲା। ଏଥିସହ ରାଶନକାର୍ଡଧାରୀଙ୍କ ପାଇଁ ବ୍ୟବସ୍ଥା ହୋଇଥିବା ଆଉ ୩ ମାସର ରିଲିଫ ସାମଗ୍ରୀ କିଭଳି ସୁଚାରୁ ରୂପେ ବଣ୍ଟନ ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା ା ଚାଉଳ ବସ୍ତାରେ ବସ୍ତା ଓଜନକୁ ଛାଡି ୫୦ କିଲୋ ଗ୍ରାମ ଚାଉଳ ରହିବାର ନିୟମ ରହିଛି। ଏବେ ବସ୍ତାକୁ ମିଶାଇ ୫୦ କିଲୋ ଚାଉଳ ଆସୁଥିବା ଅର୍ଥାତ ନେଟ୍‌ ଓଜନରେ ୬୫୦ଗ୍ରାମ ଚାଉଳ କମ୍‌ ରହୁଥିବା ଏବଂ ପରିବହନ ଖର୍ଚ୍ଚ ଡିଲରମାନଙ୍କଠାରୁ ଆଦାୟ କରାଯାଉଥିବା ସମ୍ପର୍କରେ କେତେକ ଡିଲର ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ା ଏଥିରେ ବିଡିଓ ଅସନ୍ତୋଷ ପ୍ରକାଶ କରିବା ସହ ଆଗାମୀ ଦିନରେ ଏହା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?