ବସ୍ତି ମହିଳାଙ୍କ ରଜ ମହୋତ୍ସବ : ବଛାହେଲେ ୩ ରଜ କୁଇନ୍‌

ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ସ୍ବେଚ୍ଛାସେବୀ ଅନୁଷ୍ଠାନ ସୋସାଇଟି ଫର୍‌ ନେଚର, ଏଜୁକେଶନ ଆଣ୍ଡ ହେଲଥ୍‌(ସ୍ନେହ) ଆନୁକୂଲ୍ୟରେ ସ୍ଥାନୀୟ ସାଲିଆସାହି ବସ୍ତିର ମହିଳା ଏବଂ ଶିଶୁଙ୍କୁ ନେଇ ରଜ ମହୋତ୍ସବ ଆୟୋଜିତ ହୋଇଯାଇଛି। ସାଲିଆସାହିର ବିଭିନ୍ନ ବସ୍ତିରେ ରହୁଥିବା ମହିଳାଙ୍କ ପାଇଁ ରଜ ପୂର୍ବରୁ ମେହେନ୍ଦୀ, ଷ୍ଟ୍ର-ବଲ୍‌ ଓ ମୁରୁଜ ପ୍ରତିଯୋଗିତା ଆଦି ଆୟୋଜନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଶ୍ରେଷ୍ଠ ୩ ପ୍ରତିଯୋଗୀଙ୍କୁ ବଛାଯାଇ ଶେଷ ରଜରେ ମେଫେୟାର ବସ୍ତିରେ ଥିବା ‘ସ୍ନେହ’ ସେଲ୍‌ଟରଠାରେ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଥିଲା। ଗ୍ରାଣ୍ଡ ଫିନାଲେରେ ରଙ୍ଗୋଲିରେ ସୁନିତା ପରିଡ଼ା, ଷ୍ଟ୍ର-ବଲ୍‌ରେ ଅଭିଲିପ୍ସା ସେନ୍‌ ଓ ମେହେନ୍ଦୀରେ ପିଙ୍କି ସ୍ବାଇଁ ପ୍ରଥମ ସ୍ଥାନ ଅଧିକାର କରିଥିଲେ। କାର୍ଯ୍ୟକ୍ରମରେ ଅତିଥି ଭାବେ ହାସ୍ୟ ଅଭିନେତା ପପୁ ପମ୍‌ ପମ୍‌, ଚିର୍‌କୁଟ୍‌ ଫିଲ୍ମର ନାୟକ ଅରିଜିତ୍‌, ପୂର୍ବତନ କର୍ପୋରେଟର ଭାରତୀ ସିଂ, ମର୍ନିଂ କ୍ଲବ ସମ୍ପାଦକ ଅମୂଲ୍ୟ କୁମାର ଦାସ, କୋଲକାତାସ୍ଥିତ ମେନୋନାଇଟ୍‌ ସେଣ୍ଟ୍ରାଲ୍‌ କମିଟି ପ୍ରକଳ୍ପ ଅଧିକାରୀ ମଞ୍ଜୁଳା ପଟ୍ଟନାୟକ ଓ ଡା. ବିଶ୍ୱକଲ୍ୟାଣୀ ଦାସ ଯୋଗଦେଇ ୩ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ୩ ପ୍ରତିଯୋଗୀଙ୍କୁ ରଜ କୁଇନ୍‌ ମୁକୁଟ ପିନ୍ଧାଇଥିଲେ। ଏହି ଅବସରରେ ବସ୍ତିର ମହିଳା ଓ ଝିଅମାନେ ମେହେନ୍ଦୀ ଲଗାଇବା ସହ ରଜଦୋଳିର ମଜା ନେଇଥିଲେ। ଏହାସହ ରଜ ସଂକ୍ରାନ୍ତିରେ ଯୁବକମାନଙ୍କ ମଧ୍ୟରେ ଭଲିବଲ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ‘ସ୍ନେହ’ର ଉପଦେଷ୍ଟା ସୁବାସ ଚନ୍ଦ୍ର ପଣ୍ଡା ସଭାପତିତ୍ୱ କରିଥିବା ବେଳେ ନିରଞ୍ଜନ ସାହୁ ଉପସ୍ଥାପନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri