ବସ୍ତିବାସିନ୍ଦାଙ୍କୁ ରନ୍ଧାଖାଦ୍ୟ ବଣ୍ଟନ, ସାମାଜିକ ଦୂରତା ବଜାୟ ରଖିବାକୁ ସଚେତନତା

ଚୌଦ୍ୱାର,୧୫ା୪(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଗରିବ ପରିବାରରେ ଖାଦ୍ୟ ସଂକଟ ଦେଖାଦେଇଛି। ଲୋକେ କାମଧନ୍ଦା ପାଇଁ ବାହାରକୁ ଯାଇ ପାରୁ ନ ଥିବାରୁ ରୋଜଗାରର ସମସ୍ତ ରାସ୍ତା ବନ୍ଦ ହୋଇଯାଇଛି। ଫଳରେ ବସ୍ତି ଅଞ୍ଚଳରେ ରହୁଥିବା ଲୋକମାନେ ଅର୍ଥାଭାବରୁ ବିଶେଷ ସଂକଟର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ବେଚ୍ଛାସେବୀ ଅନୁଷ୍ଠାନ ହିନ୍ଦ୍‌ ସେବକ ସଂଘର ଚୌଦ୍ୱାର କେନ୍ଦ୍ର ପକ୍ଷରୁ ବସ୍ତି ବାସିନ୍ଦାଙ୍କୁ ଖାଦ୍ୟ ବଣ୍ଟନ କରାଯାଉଛି। ଏହି କାର୍ଯ୍ୟରେ ଚୌଦ୍ୱାର ପ୍ରେସ୍‌ କ୍ଲବ୍‌ର ସଦସ୍ୟମାନେ ସହଯୋଗରେ ହାତ ବଢ଼ାଇଛନ୍ତି। ସଂଘର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଶିଶୁସଦନର ମୁଖ୍ୟ ଦାମୋଦର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରନ୍ଧାଖାଦ୍ୟ ପ୍ରସ୍ତୁତ କରାଯାଇ ପୌରପାଳିକା ୧୭ ନମ୍ବର ୱାର୍ଡସ୍ଥିତ ଦୂରାରୋଗୀ ବସ୍ତିରେ ବିତରଣ କରାଯାଇଛି। ସଂଘର ଆଜୀବନ ସଦସ୍ୟ ଗଙ୍ଗାଧର ସାହୁ, ଶିଶୁସଦନ ପରିଚାଳକ ସୀମାନ୍ତ ନାୟକ, ୧୭ ନମ୍ବର ୱାର୍ଡ ସଭାପତି ଆଶୁତୋଷ ଦାସ, ପ୍ରେସ୍‌କ୍ଲବ୍‌ ସଦସ୍ୟ ରମେଶ ଚନ୍ଦ୍ର ସାମଲ,ଏସ୍‌କେ ପଣ୍ଡା, ପ୍ରକାଶ କୁମାର ନାୟକ, ସୁଧାକର ସାମନ୍ତରାୟ, ଅଜିତ୍‌ କୁମାର ସ୍ବାଇଁ, ଲକ୍ଷ୍ମୀଧର ଦାସ,ବିଶ୍ୱଜିତ୍‌ ସାହାଣୀ, ଶିଶୁ ସଦନ କର୍ମୀ ଅଲେଖ ଚନ୍ଦ୍ର ମଲ୍ଲିକ୍‌ ପ୍ରମୁଖ ବସ୍ତିରେ ଘରକୁ ଘର ବୁଲି ମୋଟ ୫୫ ପରିବାରର ୧୫୦ରୁ ଊଦ୍ଧ୍ୱର୍ର୍ ଲୋକଙ୍କୁ ଖିଚୁଡ଼ି, ଚୁଡ଼ା, ପାଣିବୋତଲ, ମାସ୍କ ଆଦି ବଣ୍ଟନ କରିଥିଲେ। ସ୍ଥାନୀୟ ପୂର୍ବତନ କାଉନସିଲର ଗିରିଧାରୀ ଦଳାଇ ଓ ରାକେଶ ଜେନା ଏଥିରେ ସହଯୋଗ କରିଥିଲେ । ନିୟମିତ ମାସ୍କ ପିନ୍ଧିବା, ବାହାରକୁ ନ ବାହାରିବା, ସାମାଜିକ ଦୂରତ୍ୱ ରକ୍ଷା କରିବା, ପରିବେଶକୁ ପରିସ୍କାର ପରିଚ୍ଛନ୍ନ ରଖିବା ଆଦି ସମ୍ପର୍କରେ କ୍ଲବ୍‌ର ସଦସ୍ୟମାନେ ଲୋକଙ୍କୁ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri