ବସ୍‌ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା, ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର ୨୩ା୭ (ସ୍ବ.ପ୍ର./ଡି.ଏନ.ଏ.)- ଘରୋଇ ବସକୁ ଅଟକାଇ କର୍ମଚାରୀଙ୍କୁ ମାଡ ମାରିବା ଅଭିଯୋଗରେ ସ୍ଥାନୀୟ ସିଜେଏମ କୋର୍ଟ ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଓ ୯୩୦୦ ଟଙ୍କା ଫାଇନ ଦଣ୍ଡାଦେଶ କରିଛନ୍ତି। ଘଟଣାଟି ୨୦୧୬ ଫେବୃୟାରୀ ୨୮ ତାରିଖରେ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ବଡଗମ୍ଭାରିଆ ଗ୍ରାମ ନିକଟରେ ଘଟିଥିଲା । ସେମାନେ ହେଲେ ଦୀପକ ମହାପାତ୍ର, ମନ୍ମଥ ମହାପାତ୍ର, ବାବୁ ମହାପାତ୍ର ଓ କ୍ଷିରୋଦ ମହାନ୍ତବୋଲି ଜଣାପଡିଛି। ପ୍ରକାଶ ଯେ ସୁରେଶ ଆଣ୍ଡ ସୁରେଶ ବସ ନାମକ ଏକ ବସ କେନ୍ଦୁଝର ଦେଇ ରାଉରକେଲାରୁ ଉଦଳା ଯାଉଥିଲା । ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଏହି ଯୁବକ ମାନେ ବସ କଣ୍ଡକର ବିଦ୍ୟାଧର ବେହେରା ଓ ଡ୍ରାଇଭର ତାପସ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଫଳରେ ସେମାନେ ଲହୁଲୁହାଣ ହୋଇଯାଇଥିଲେ। ଚାଳକ ଭାରସାମ୍ୟ ହରାଇବା ଫଳରେ ରାସ୍ତାକଡକୁ ଗାଡି ଗଡିଯାଇ ଏକ ଡ୍ରେନରେ ଅଟକି ଯାଇଥିଲାଫଳରେ ୫୦ ଜଣ ଯାତ୍ରୀ ଅଳ୍ପକେ ରକ୍ଷା ପାଇଯାଇଥିଲେ। ଚାଳକ ସଂଜ୍ଞାହୀନ ହୋଇ ପଡିବାରୁ ଆକ୍ରମଣକାରୀ ସ୍ଥାନ ଛାଡି ପଳାଇଥିଲେ। ସେମାନଙ୍କୁ ଯାତ୍ରୀ ମାନେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପଠାଇଥିଲେ। ଏହି ଘଟଣାକୁ ନେଇ ତୁରୁମୁମଙ୍ଗା ଥାନାରେ ଡ୍ରାଇଭର ଓ କଣ୍ଡକ୍ଟରଙ୍କ ଏତଲା କ୍ରମେ ଏକ ମାମଲା (ନଂ.୩୨/୨୦୧୬) ରୁଜୁ ହୋଇଥିଲା । ପୋଲିସ ଏତଲାକୁ ଭିତ୍ତି କରି ୪ ଜଣଙ୍କୁ ଗିରଫ କରିଥିଲା । ସମୁଦାୟ ୨୧ ଜଣ ସାକ୍ଷୀଙ୍କ ବୟାନକ୍ରମେ ମଙ୍ଗଳବାର ସିଜେଏମ ତିରଞ୍ଜନ ପାତ୍ର ଏହି ରାୟ ଦେଇଥିବା ସରକାରୀ ଆଇନଜୀବୀ ଅଶୋକ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri