ବସ୍‌ ଧକ୍କାରେ ମହିଳା ମୃତ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକୋ

ଗଞ୍ଜାମ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଗ୍ରାମ ନିକଟରେ ମଙ୍ଗଳବାର ଭୋରରେ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁଇଁତୋଳା ଗ୍ରାମର ଯୁଧିଷ୍ଠିର ନନ୍ଦଙ୍କ ସ୍ତ୍ରୀ ଅପସରି ନନ୍ଦ(୬୧)।
ମିଳିଥିବା ସୂଚନାନୁଯାୟୀ, ଅପସରି ଚାଷ କାର୍ଯ୍ୟ ପାଇଁ ସକାଳୁ ବିଲକୁ ଯାଉଥିବା ବେଳେ ବ୍ରହ୍ମପୁରରୁ ଜୟପୁର ଅଭିମୁଖେ ଯାଉଥିବା ଜି. ଗ୍ରୀନ ବସ୍‌(ନଂ. ଓଡି୦୨ଏଲ୫୨୮୬) ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଜାତୀୟ ରାଜପଥ ଅବରୋଧ କରିଥିଲେ। ପାଖାପାଖି ଏକ ଘଣ୍ଟା କାଳ ଉକ୍ତ ରାସ୍ତାରେ ଜାନବାବହନ ଚଳାଚଳ ବନ୍ଦ ରହିଥିଲା। ଖବର ପାଇ ଗଞ୍ଜାମ ଥାନା ଅଧିକାରୀ ସୁଦାମ ମଲିକ, ଏସ୍‌ଆଇ ହୃଷିକେଶ ପଣ୍ଡା, ଏଏସ୍‌ଆଇ ସକୁନ୍ତଳା ଦେବୀ, ଆର୍‌ଆଇ ନିଳାଞ୍ଚଳ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ । ପରେ ଦୁର୍ଘଟଣା ଘଟାଇଥିବା ବସ୍‌ ମାଲିକଙ୍କ ସହ ଥାନା ଅଧିକାରୀ ଫୋନ୍‌ ଯୋଗେ କଥାବାର୍ତ୍ତା କରିଥିଲେ। ବସ୍‌ ମାଲକ ମୃତକଙ୍କ ସ୍ବାମୀଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ରାଜି ହେବା ପରେ ରାସ୍ତାରୋକୋ ହଟିଥିଲା। ଏଥିସହ ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଆର୍‌ଆଇ ବେହେରା କହିଛନ୍ତି । ପରେ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri