ବସ୍‌ ପଛରେ ପିଟିହେଲା ବସ୍‌: ୩୦ ଆହତ

ଫୁଲନଖରା,୧୦ା୧୦(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀଠାରେ ବୁଧବାର ଏକ ବସ୍‌ ପଛରେ ଅନ୍ୟ ଏକ ବସ୍‌ ପିଟି ହୋଇଯାଇଛି। ଫଳରେ ପଛ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ପ୍ରତାପନଗରୀ ଯୁବକ ସଂଘର ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚି ୧୦୮ ଆମ୍ବୁଲାନ୍ସରେ ଆହତଙ୍କୁ କଟକ ବଡ ଡାକ୍ତରଖାନା ପଠାଇଥିଲେ। ମିଳିଥିବା ସୂଚନା ଅନୁଯାୟୀ, ସକାଳେ କଟକରୁ ଏକ ଯାତ୍ରିବାହୀ ବସ୍‌(ନଂ. ଓଡି୦୫ଇ-୮୩୯୫) ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ପ୍ରତାପନଗରୀଠାରେ ଚାଳକ ହଠାତ୍‌ ବ୍ରେକ୍‌ ମାରିବାରୁ ପଛରୁ ଆସୁଥିବା ଅନ୍ୟ ଏକ ବସ୍‌(ନଂ.ଓଡି୦୫ଏଏ-୬୬୨୨) ଭାରସାମ୍ୟ ହରାଇ ସେଥିରେ ପିଟି ହୋଇଯାଇଥିଲା। ଦୁର୍ଘଟଣା ପରେ ଉଭୟ ଗାଡିର ଚାଳକ ଘଟଣାସ୍ଥଳରୁ ପଳାଇ ଯାଇଥିବାବେଳେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ପ୍ରତାପନଗରୀ ଯୁବକ ସଂଘର ସଦସ୍ୟମାନଙ୍କ ହସ୍ତକ୍ଷେପ ଯୋଗୁ ଉତ୍ତେଜନା ଥମିଥିଲା। କଟକ ସଦର ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍‌ ଦୁଇଟିକୁ ଥାନାକୁ ନେବା ସହ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri