ବସ୍‌ ବାଇକ ମୁହାଁମୁହିଁ ଧକ୍କା, ଚାଳକ ଗୁରୁତର: ରାସ୍ତା ମରାମତି ଦାବିରେ ପ୍ରତିବାଦ ସଭା

ଧର୍ମଶାଳା/ଜେନାପୁର,୧୦ା୧୧(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ କୁସୁନପୁର ଛକଠାରେ ରବିବାର ବସ୍‌ ବାଇକ୍‌ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ଚାଳକ ଜଣଙ୍କ ଏହି ଥାନା ଅନ୍ତର୍ଗତ ବଉଳମାଳ ପଞ୍ଚାୟତ ଗ୍ରାମର କାର୍ତ୍ତିକ ସାହୁ (୨୯)। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏହାକୁ ନେଇ ସଚେତନ ନାଗରିକ ମଞ୍ଚ ଆବାହକ ସରୋଜକାନ୍ତ ବେହେରାଙ୍କ ନେତତ୍ୱରେ ଏକ ପ୍ର୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମଞ୍ଚ ଉପଦେଷ୍ଟା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ ୫୩ ରାଜପଥ ମରାମତି ନ ହେବାରୁ ଶୋଚନୀୟ ହୋଇପଡିଛି। ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ଏ ନେଇ ଡିସେମ୍ବର ୩ ତାରିଖରେ ରାଜପଥ ଅବରୋଧ କରାଯିବା ନେଇ ଘଡ଼ାଇ କହିଥିଲେ। ଏହି ଅବସରରେ ବାଲିସାହି ଛକଠାରେ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ପ୍ରକାଶ ଯେ, କଟକରୁ ଏକ ବସ୍‌ ଚଣ୍ଡିଖୋଲ ଦେଇ କାମାକ୍ଷା ନଗର ଯାଉଥିଲା। ଏହି ସମୟରେ କବାଟବନ୍ଧ ଅଞ୍ଚଳରୁ ବାଇକ୍‌ରେ କାର୍ତ୍ତକ ଆସୁଥିବାବେଳେ କୁସୁନପୁର ଛକଠାରେ ଧକ୍କା ହୋଇଥିଲେ। ସ୍ଥାନୀୟ ଲୋକୋ ଓ ଜେନାପୁର ପୋଲିସ ଉଦ୍ଧାରକରି ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ସୌମ୍ୟ ରଞ୍ଜନ ପଣ୍ଡା, ସୁବ୍ରତ୍‌ ସାହୁ, ପରମାନନ୍ଦ ସାହୁ, ପଙ୍କଜ ମହ୍ଲ, ସନ୍ତୋଷ ମହାନ୍ତି, ସଂଗ୍ରାମ ସାହୁ, ସଂଞ୍ଜୟ ସାହୁ, ସୁଭ୍ରପାତ୍ରଙ୍କ ସହ ମଞ୍ଚର ଅନ୍ୟ ସଦସ୍ୟମାନେ ଉପସ୍ଥିତି ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri