ବସ୍‌ ମାଡିଯିବାରୁ ନାବାଳକ ମୃତ, ରାସ୍ତାରୋକୋ

ଦିଗପହଣ୍ଡି,୨୪ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗଁା ପଞ୍ଚାୟତ ଦାଉଣି ଗଁା ଛକରେ ଶନିବାର ଅପରାହ୍ନରେ ଯାତ୍ରୀବାହୀ ବସ୍‌ ମାଡିଯିବାରୁ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋପୀନାଥପୁର ଗ୍ରାମର ସାରଥି ସାହୁଙ୍କ ପୁଅ ଜ୍ୟୋତି ଓରଫ ସୁଲୁ (୫)। ପ୍ରକାଶ ଯେ, ବ୍ରହ୍ମପୁରରୁ ଭ୍ରମରପୁର ଭାୟା ଦିଗପହଣ୍ଡି ଦେଇ ଯାଉଥିବା କନକଦୁର୍ଗା (ନଂ. ଟିଏନ୪ବି-୨୬୩୩) ନାମକ ଘରୋଇ ବସ୍‌ରେ ସାରଥି, ତାଙ୍କ ସ୍ତ୍ରୀ ଓ ପୁଅ ଘରକୁ ଫେରୁଥିଲେ। ଅପରାହ୍ନ ପ୍ରାୟ ସାଢେ ୩ଟାରେ ଦାଉଣୀ ଗଁା ଛକରେ ବସ୍‌ ପହଞ୍ଚତ୍ଥିଲା। ଜ୍ୟୋତି ତାଙ୍କ ବାପା ବସ୍‌ରୁ ଓହ୍ଲାଉଥିବାବେଳେ ଛାଡିଦେଇଥିଲା। ଜ୍ୟୋତି ତଳେ ପଡିଯିବାରୁ ଚକା ଚଢିଯାଇଥିଲା। ତାଙ୍କୁ ଉଦ୍ଧାର କରି ଗୌଡଗଁା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାପରେ ଚାଳକ ଫେରାର ହୋଇଯାଇଥିବାବେଳେ ଗ୍ରାମବାସୀ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। କେ. ନୂଆଗଁା ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ପରେ ଅବରୋଧ ହଟିଥିଲା। ପରେ ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri