ବସ୍‌ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କେରଳରୁ ଫେରୁଥିବା ଜଣେ ଶ୍ରମିକଙ୍କୁ ନିଶାଦେଇ ଦୁର୍ବୃତ୍ତମାନେ ଲୁଟ୍‌ କରିଛନ୍ତି। ଲୁଟର ଶୀକାର ହୋଇଥିବା ଶ୍ରମିକ ଦାରିଙ୍ଗବାଡ଼ି ଥାନା ସିର୍କାବର୍ଗ ପଞ୍ଚାୟତର ଆତିନବାଡ଼ି ଗ୍ରାମର ମନୁ ଦିଗାଳ। ତାଙ୍କଠାରୁ ୨୦ ହଜାର ଟଙ୍କାଥିବା ଏକ ବ୍ୟାଗ ଦୁର୍ବୃତ୍ତ ଲୁଟି ନେଇଛନ୍ତି। ଏନେଇ ଗୁରୁତର ମନୁଙ୍କ ବଡ଼ଭାଇ ପିଟର ଦାରିଙ୍ଗବାଡ଼ି ଥାନାକୁ ଜଣାଇଥିଲେ। ଆଇଆଇସି କୌଶିକ ମାଝୀ ପହଞ୍ଚତ୍ ଘଟଣାର ତଦନ୍ତ କରୁଛନ୍ତି।
ପ୍ରକାଶ ଯେ, ମନୁ କେରଳରୁ ଟ୍ରେନରେ ଆସି ଶୁକ୍ରବାର ଭୋର ୩ଟାରେ ବ୍ରହ୍ମପୁର ଷ୍ଟେସନରେ ପହଞ୍ଚତ୍ଥିଲେ। ୫ଟାରେ ସେଠାରୁ ଏକ ଘରୋଇ ବସ୍‌ରେ ଦାରିଙ୍ଗବାଡ଼ି ଅଭିମୁଖେ ବାହାରିଥିଲେ। କେହି ଦୁର୍ବୃତ୍ତ ତାଙ୍କୁ ନିଶାଦେଇ ୨୦ ହଜାର ଟଙ୍କା ସହ ବିଭିନ୍ନ ବ୍ୟବହାର ସାମଗ୍ରୀ ଥିବା ବ୍ୟାଗକୁ ଲୁଟି ନେଇଥିଲେ। ବସ୍‌ ଦାରିଙ୍ଗବାଡ଼ି ଚାରିଛକରେ ପହଞ୍ଚତ୍ବାପରେ ଭାଇ ପିଟର ପହଞ୍ଚତ୍ ମନୁଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପିଟର ପଚାରିବାରୁ ସେ ଟଙ୍କା ଲୁଟ୍‌ ହୋଇଥିବା କହିଥିଲେ। ଆଇଆଇସି ମାଝୀ କହିଛନ୍ତି ମନୁ ଏବେ ସଂଜ୍ଞାହୀନ ଅବସ୍ଥାରେ ଅଛନ୍ତି। ଚେତା ଫେରିଲେ ପଚରାଉଚରା ପରେ ପ୍ରକୃତ ଘଟଣା ଜଣାପଡିବ। ଏନେଇ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri