ବସ୍‌ରେ ଘରକୁ ଗଲେ ୧୭୯ ଜଣ

ଅନୁଗୋଳ ଅଫିସ, ୨୯।୪ – ଅନୁଗୋଳ ଜିଲାର ବିଭିନ୍ନ ବ୍ଲକରେ କ୍ୱାରାଣ୍ଟାଇନ୍‌ରେ ଥିବା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ କଳାହାଣ୍ଡି ଜିଲାର ୧୭୯ ଜଣ ଲୋକଙ୍କୁ ମଙ୍ଗଳବାର ସେମାନଙ୍କ ଘରକୁ ପଠାଇ ଦିଆଯାଇଛି। କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଯାଇଥିବାରୁ ପ୍ରଶାସନ ପକ୍ଷରୁ ବସ୍‌ ଯୋଗେ ସମ୍ପୃକ୍ତ ଲୋକମାନଙ୍କୁ ପଠାଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ଲକ୍‌ଡାଉନ୍‌ ଉଲ୍ଲଂଘନ କରି ଏହି ବ୍ୟକ୍ତିମାନେ ବିଭିନ୍ନ କାର୍ଯ୍ୟରେ ଆସିଥିବା ବେଳେ ସେମାନଙ୍କୁ ଅନୁଗୋଳ ଜିଲାରେ ପର୍ଯ୍ୟାୟକ୍ରମେ ସଙ୍ଗରୋଧରେ ରଖାଯାଇଥିଲା। ତେବେ ସମ୍ପୃକ୍ତ ୧୭୯ଜଣଙ୍କ ୧୪ ଦିନିଆ କ୍ୱାରାଣ୍ଟାଇନ ସମୟ ଶେଷ ହୋଇଥିବାରୁ ସେମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯିବା ସହ ୫ଟି ବସ୍‌ ଯୋଗେ ନିଜ ନିଜ ଜିଲାକୁ ପଠାଇ ଦିଆଯାଇଛି। ସୁନ୍ଦରଗଡ଼ ପାଇଁ ୨ଟି ବସ୍‌ରେ ପାଲଲହଡ଼ା, ବଅଁରପାଳ, କଣିହଁା ବ୍ଲକରେ ସଙ୍ଗରୋଧ ଶେଷ କରିଥିବା ୬୯ ଜଣ, ଦେବଗଡ଼ ପାଇଁ ୨ଟି ବସ୍‌ରେ ପାଲଲହଡ଼ା, ବଅଁରପାଳ, କଣିହଁା ବ୍ଲକରେ ଥିବା ୬୮ ଜଣ ଓ କେନ୍ଦୁଝର ପାଇଁ ଗୋଟିଏ ବସ୍‌ରେ ବଅଁରପାଳ, ପାଲଲହଡ଼ା, କିଶୋରନଗରରେ ଥିବା ୪୨ ଜଣଙ୍କୁ ପଠାଇ ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରେ ଥିବା ଅନ୍ୟମାନଙ୍କୁ ମଧ୍ୟ ଏପରି ପର୍ଯ୍ୟାୟକ୍ରମେ ସେମାନଙ୍କ ଜିଲାକୁ ପଠାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଜିତେନ୍ଦ୍ର କୁମାର ଭୋଇ ଆବଶ୍ୟକ ବସ୍‌ ବ୍ୟବସ୍ଥା କରିଥିଲେ। ସମସ୍ତ ବସ୍‌ ଜିଲା କାର୍ଯ୍ୟାଳୟକୁ ଆସିବା ପରେ ଲୋକମାନଙ୍କୁ ନେଇ ସେମାନଙ୍କ ଜିଲାକୁ ଗସ୍ତ କରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri