ବସ୍‌ରେ ପରିବହନ କଟକଣା ଯାଞ୍ଚ କଲେ ଜିଲାପାଳ: କୋକୋକୋଲା ଗୋଦାମ, ବେକେରୀକୁ ବନ୍ଦ କଲା ବିଏମ୍‌ସି

ବ୍ରହ୍ମପୁର ଅଫିସ,୨୨ା୩-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ପାଇଁ ଅଧିକ ସଜାଗ ହୋଇଛି ଜିଲା ପ୍ରଶାସନ । ଗଞ୍ଜାମ ଜିଲାରେ ୧୪୪ ଧାରା ଉଠାଯିବା ପରେ ସହରରେ ଜନଗହଳି, ଭିଡକୁ ଏଡାଇବା ପାଇଁ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି । ଗତ ସୋମବାରରୁ ସହରର ବଡବଜାର, ସାନବଜାର, ହନୁମାନବଜାର, ଗିରିମାର୍କେଟ, ଏସ୍‌ଏନ୍‌ଟିରୋଡ, ଅର୍ଣ୍ଣପୂର୍ଣ୍ଣ।ମାର୍କେଟ ସମେତ ସମସ୍ତ ସପିଂ ମଲ, ମାର୍କେଟ କମ୍ପ୍ଲେକ୍ସ, ଦୋକାନ ବଜାର ବନ୍ଦ ରହିଛି । ଶନିବାରରୁ ତେଜରାତି ଦୋକାନ, ପରିବା ବଜାର, ଫଳମୂଳ ଦୋକାନ, ଔଷଧ ଦୋକାନ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ବ୍ୟତୀତ ସମସ୍ତ ଛୋଟ ବଡ ଦୋକନା ବନ୍ଦ କରିବାକୁ ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ପୂର୍ବାହ୍ନରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସହରର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ଖୋଲାଥିବା ଚା, ପାନ ଓ ଅନ୍ୟାନ୍ୟ ଦୋକାନ ବନ୍ଦ କରିବାକୁ ଅନୁରୋଧ କରିଛନ୍ତି । ଏହାବ୍ୟତୀତ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିଷ୍ପତ୍ତି ପ୍ରକାରେ ସିଟିବସ୍‌, ଘରୋଇ ବସ୍‌, ସରକାରୀ ବସ୍‌ରେ ଥିବା ସିଟଠାରୁ ୫୦ ପ୍ରତିଶତ ଯାତ୍ରୀ ପରିବହନ କରିବାକୁ କୁହାଯାଇଛି । ଏନେଇ ଜିଲାପାଳ ସହରର ବିଭିନ୍ନ ଛକରେ ଯାତ୍ରୀବାହୀ ବସ୍‌ଗୁଡିକୁ ଯାଞ୍ଚ କରିବା ସହ ସଚେତନତ କରିଥିବା ଜଣାପଡିଛି । ଅନ୍ୟପକ୍ଷରେ ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନର ରୋମାଞ୍ଚଳ ଖମାରୀ, ଏନ୍‌ଫୋର୍ସମେଣ୍ଟ ଅଫିସର ତରୁଣକାନ୍ତଙ୍କ ନେତୃତ୍ୱରେ ଗଠିତ ଟିମ୍‌ ପ୍ରଶାସନ ନିଦ୍ଦେଶକୁ ଖିଲାପ କରୁଥିବା କିଛି ଦୋକାନକୁ ବନ୍ଦ କରିଥିବା ସୂଚନା ମିଳିଛି । କମାପଲ୍ଲୀ ଭେଣ୍ଡିଂଜୋନ୍‌ ରାସ୍ତା ପାର୍ଶ୍ୱରେ ଖୋଲିଥିବା ସମସ୍ତ ଉଠାଦୋକାନୀଙ୍କୁ ଉଠାଇ ଦିଆଯାଇଥିବା ବେଳେ ପ୍ରଶାସନର ନିୟମକୁ ଅବମାନନା କରି ଦୋକାନ ଖୋଲିଥିବା ମିଲଟେରୀ ଲାଇନ୍‌ର ଏକ ବେକେରୀ, କୋକୋକୋଲା ହୋଲସେଲ ଦୋକାନକୁ ବନ୍ଦ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri