ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଚୂଡାନ୍ତ ନିଷ୍ପତ୍ତି ନେବା ସକାଶେ ସ୍ଥିର ହୋଇଛି। ବସ୍‌ ଧର୍ମଘଟ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ପ୍ରୟାସ କରାଯାଇଛି। ଏନେଇ ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସି ଆଲୋଚନା କରାଯାଇଛି। ସୂଚନାଯୋଗ୍ୟ ଯେ, ରଥଯାତ୍ରା ସମୟରେ ଏକ ଘରୋଇ ବସ୍‌ରେ ଜଣେ ଯୁବତୀଙ୍କୁ ହେଲପର୍‌ ବଳାତ୍କାର କରିଥିଲେ। ଉକ୍ତ ବସ୍‌ ମଧ୍ୟରେ ଏହା ଘଟିବା ଖବର ପ୍ରଘଟ ହେବାପରେ ଉକ୍ତ ହେଲ୍‌ପରଙ୍କୁ ପୋଲିସ ଗିରଫ କରାଯାଇଥିଲା। ଏହାପରେ ପରିବହନ କମିଶନର ଉକ୍ତ ବସ୍‌ର ପରମିଟ୍‌ ରଦ୍ଦ କରିଦେଇଥିଲେ, ଯେଉଁଥିପାଇଁ ଏହି ବସ୍‌ ଧର୍ମଘଟ ଡାକରା ଦିଆଯାଇଛି। ଏନେଇ ମନ୍ତ୍ରୀ ବସ୍‌ ସଂଘ ସହିତ ଆଲୋଚନା କରାଯାଇଛି। ପରିବହନ ମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିବା ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ମୁଖ୍ୟତଃ ପୁରୀ ଘଟଣାର ତର୍ଜମା କରାଯାଇ ଆଗାମୀ ୧୫ଦିନ ମଧ୍ୟରେ ପରିସ୍ଥିତି ସମ୍ପର୍କରେ ପରିବହନ କମିଶନର ନିଷ୍ପତ୍ତି ନେବେ ବୋଲି ଜଣାପଡିଛି। ତେଣୁ ବସ୍‌ ମାଲିକ ସଂଘ ଆଗାମୀ ପଦକ୍ଷେପ କ’ଣ ନେବେ ସେନେଇ ଶୁକ୍ରବାର ସ୍ଥିର କରିବେ ବୋଲି ଜଣାପଡିଛି। ଏହାସହ ବରମୁଣ୍ଡା ସମସ୍ୟା ନେଇ ମଧ୍ୟ ଆଲୋଚନା ହୋଇଛି। ପରିବହନ ବିଭାଗର ଏକ ଉଚ୍ଚପଦସ୍ଥ ଅଧିକାରୀ ଟିମ୍‌ ବରମୁଣ୍ଡା ଯାଇ ଆସନ୍ତା ୫ ଦିନ ମଧ୍ୟରେ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବେ। ଏହାପରେ ରିପୋର୍ଟ ପ୍ରଦାନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଗାଡି ବିକିଲେ ପର୍‌ମିଟ ଟ୍ରାନ୍ସଫର ହେବା ସମ୍ଭବ ହେଉ ନ ଥିଲା, ଆଗକୁ ଏହା ହୋଇପାରିବ ବୋଲି ବସ୍‌ ସଂଘକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri